ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ,ବଳକା ଶସ୍ୟର ସୁରକ୍ଷା ଆମର ପ୍ରାଥମିକତା: ଉପ ମୁଖ୍ୟମନ୍ତ୍ରୀ

Published By : Ladu Kishor | June 30, 2025 4:55 PM

ଭୁବନେଶ୍ୱର ୩୦/୦୬: ଆଜି ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କୃଷି ଏକ ଅବିରତ ପ୍ରୟାସ। ଏହା ବର୍ଷସାରା ଲୋକଙ୍କୁ ଦାନା ଯୋଗାଇ ଦେବା ସହ ରୋଜଗାରର ସ୍ରୋତ ଯୋଗାଇଥାଏ। ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ସହ ପ୍ରାକୃତିକ ଖଣିଜ ସମ୍ପଦରେ ପରିପୂର୍ଣ୍ଣ। ଏହାର ସୁଦୀର୍ଘ ବେଳାଭୂମି ଏବଂ ସାମୁଦ୍ରିକ ପରିବହନ ବ୍ୟବସ୍ଥା ମଧ୍ୟ ସୁଦୃଢ଼ ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। 

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆହୁରି କହିଥିଲେ ଯେ, ପୂର୍ବରୁ ଖାଦ୍ୟ ନିଅଣ୍ଟିଆ ରାଜ୍ୟ ଓଡ଼ିଶା ବର୍ତ୍ତମାନ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଛି। ବର୍ତ୍ତମାନ ଏହାର ଫଳ, ପନିପରିବା ଏବଂ ଖାଦ୍ୟଶସ୍ୟ ବିଦେଶକୁ ରପ୍ତାନି ମଧ୍ୟ ହେଲାଣି। ବିଦେଶରେ ଓଡ଼ିଶାର ସୁବାସିତ ଚାଉଳ ଓ ପନିପରିବାର ଚାହିଦା ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି । କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ଯର ସୁରକ୍ଷା ଆମର ପ୍ରାଥମିକତା। ଏହାକୁ ଧ୍ୟେୟ କରି ରାଜ୍ୟର ପ୍ରତ୍ୟେକ ସବ ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବା ପ୍ରକ୍ରିୟା ଜାରି ରହିଛି। ଏହା ଆମ ଚାଷୀ ଭାଇଭଉଣୀଙ୍କ ରୋଜଗାରରେ ବୃଦ୍ଧି ସହିତ ରାଜ୍ୟରେ ଦେଖା ଦେଉଥିବା କୃତ୍ରିମ ଅଭାବକୁ ଦୂର କରିବାରେ ସହାୟକ ହେବ । 

ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ଏକ କମ୍ପାନୀ ତରଫରୁ ପ୍ରସ୍ତାବ ମଧ୍ୟ ଉପସ୍ଥାପନ ହୋଇଥିଲା । ବୈଠକରେ କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.