ନବରଙ୍ଗପୁର ୧୯/୦୫ ସୋମବାର ନନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ବି.ଡି.ଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥି ମଧ୍ୟରୁ ୧୯ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।