ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନହେବାକୁ ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ, ସଂକ୍ରମିତ କୁକୁଡ଼ାଙ୍କୁ ମାରି ପୋତିଲେ ମିଳିବ କ୍ଷତିପୂରଣ

image source: NDTV

ଭୁବନେଶ୍ଵର, ୨୭/୦୮ : ବାର୍ଡ ଫ୍ଲୁକୁ ନେଇ ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ। ସେ କହିଛନ୍ତି ଯେ, ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ। ସଂକ୍ରମିତ କୁକୁଡ଼ାଙ୍କୁ ମାରି ପୋତିଲେ ସେ ବାବଦରେ ଫାର୍ମ ମାଲିକଙ୍କୁ ଅନୁକମ୍ପା ରାଶି ମିଳିବ। ସଂକ୍ରମିତ ପକ୍ଷୀଙ୍କୁ ନବିକିବାକୁ ଫାର୍ମର ମାଲିକ ଏବଂ କାମ କରୁଥିବା କର୍ମଚାରୀଙ୍କୁ କୁହାଯାଇଛି।

ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି ଯେ, ପିପିଲି ସତ୍ୟବାଦୀ ଦୁଇଟି ଜାଗାରେ ରିପୋର୍ଟ ହେବା ସହ କୁକୁଡ଼ାମରା ଅଭିଯାନ ଚାଲିଛି। ଏନେଇ ଷ୍ଟେଟ ରାପିଡ ରେସପନ୍ସ ଟିମ୍ ଓ ଜିଲ୍ଲା ରାପିଡ ରେସପନ୍ସ ଟିମ୍ କାର୍ଯ୍ୟ କରୁଛନ୍ତି। ସଚେତନତା ପାଇଁ ଘରକୁ ଘର ପାମ୍ପଲେଟ ବଣ୍ଟା ଯାଉଛି। ଯେଉଁମାନେ ସଂକ୍ରମିତ କୁକୁଡ଼ା ସଂସ୍ପର୍ଶରେ ଆସୁଛନ୍ତି, ସେମାନଙ୍କୁ ଚିହ୍ନଟ କରି ପ୍ରତିଷେଧକ ଔଷଧ ଦିଆଯାଉଛି। ଏହି ଦୁଇ ଜାଗାକୁ ଛାଡ଼ିଲେ ଅନ୍ୟ କୌଣସି ସ୍ଥାନରେ ଚିହ୍ନଟ ହୋଇନାହିଁ। ଯେଉଁ ଅଞ୍ଚଳରେ ସଂକ୍ରମଣ ରହିଛି ସେହି ସ୍ଥାନରେ ଚିକେନ ଖାଆନ୍ତୁ ନାହିଁ। ସଂକ୍ରମିତ ପକ୍ଷୀଙ୍କୁ ନବିକିବାକୁ ଫାର୍ମର ମାଲିକ ଏବଂ କାମ କରୁଥିବା କର୍ମଚାରୀଙ୍କୁ କୁହାଯାଇଛି। ସେମାନଙ୍କୁ ମାରି ପୋତି ଦେବାକୁ କୁହାଯାଇଛି। ଏଥିପାଇଁ ସେମାନଙ୍କୁ କ୍ଷତିପୂରଣ ରାଶି ଦିଆଯାଉଛି । ଯଦି ସଂକ୍ରମିତ କୁକୁଡ଼ା ବାହାରକୁ ଛଡ଼ା ଯାଏ ତେବେ ସଂକ୍ରମଣ ବଢିବା ଆଶଙ୍କା ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.