ପୁରୀ, ୧୩/୧୧ : ପୁରୀରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଏଥିରେ ମୋଟ ୨୬ଟି ଅଭିଯୋଗ ମିଳିଥିଲା। ଅଭିଯୋଗ ଗୁଡିକର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି ଅଭିଯୋଗ ଶୁଣାଣିରେ ଚିକିତ୍ସା ସହାୟତା, ବିଭିନ୍ନ ଆବାସ ଯୋଜନା ସମ୍ପର୍କରେ ଅଭିଯୋଗ ଆସିଥିଲା। ବିଭାଗୀୟ କର୍ତ୍ତୃପକ୍ଷ ଏହାର ଅନୁଧ୍ୟାନ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ଵାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ପୁରୀ ତହସିଲଦାର ଅଭିଷେକ ଦାଶ, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ, ଜିଲ୍ଲା ଜରୁରୀ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।