ମେଷ : ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ଋଣମୁକ୍ତ ହେବାର ସୁଯୋଗ ଜୁଟିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭରସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ବୃଷ : ଘାତଚନ୍ଦ୍ର, ଘାତବାର, ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଘଟିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଚତୁର୍ଥ ଚନ୍ଦ୍ର ଓ ସକାଳ ୮ଟା ୨୪ମିନିଟ୍ ପରେ ଘାତ ତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ତୃତୀୟ ଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇ ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ପାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଅଶ୍ଲେଷଶ କର୍କଟ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ିପାରନ୍ତି କିମ୍ବା ଆର୍ଥିକ ଠକାମିର ଶିକାର ହୋଇ ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ ।ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ଘାତବାର, ଘାତ ତିଥି ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ଶରୀର ଅସୁସ୍ଥ ରହିବ ଏବଂ ସମସ୍ତ କର୍ମରେ କିଛି ନା କିଛି ସମସ୍ୟା ଦେଖା ଦେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ପାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ କନ୍ୟା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :କଫି,ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଦ୍ୱାଦଶଚନ୍ଦ୍ର, ଶନିବାର, ଅଷ୍ଟମୀ ତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଆୟର ମାର୍ଗ ଅତି ଉତ୍ତମ ହେବ । ନୂତନ ଭୂମି, ଯାନବାହନ, ମୂଲ୍ୟବାନ ଧାତୁ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁ ଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ସ୍ୱାତୀତୁଳା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ :ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଏକାଦଶଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତିର ଶୀର୍ଷ ସୋପାନରେ ପହଞ୍ଚିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦଶମ ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶତଳା, କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ,ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତି ବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଅଷ୍ଟମଚନ୍ଦ୍ର, ସକାଳ ୮ଟା ୨୪ ମିନିଟ୍ ପରେ ଅଷ୍ଟମୀ ତିଥି, ଅତିଗଣ୍ଡ ଯୋଗ, ଶନିବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠାକୁମ୍ଭ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗପ୍ରାପ୍ତ ହେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩