PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଟିଏମରେ ଟଙ୍କା ଭରିବା ନେଇ ଗାଡିରେ ଯାଉଥିବା ବେଳେ ୫୭ ଲକ୍ଷ ଟଙ୍କା ଧରି ଡ୍ରାଇଭର ଫେରାର
  • ||
  • ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଘଟଣାରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ନିଲମ୍ବିତ
  • ||
  • କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର ଆବ୍ବାସ ନକଭି
  • ||
  • ଯାତ୍ରା ଅଭିନେତା ଦୈତାରୀ ପଣ୍ଡାଙ୍କ ନାଁରେ ରାଜଧାନୀ ମିଡ଼ିଆ ହାଉସ୍ ସିଇଓ ଥାନାରେ କଲେ ଅଭିଯୋଗ , ଯାତ୍ରା ରାଜିନାମା ଅଗ୍ରୀମ ଟଙ୍କା ଫେରସ୍ତ ନକରିବାରୁ ବାଲେଶ୍ୱର ଜିଲ୍ଲା ଔପଦା ଥାନାରେ ରୁଜୁ ହୋଇଛି ମାମଲା, ପାର୍ବତୀ ଗଣନାଟ୍ୟ ଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ ଅଗ୍ରୀମ
  • ||
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଲେ ସୁରକ୍ଷାବଳ, ମାଷ୍ଟରମାଇଣ୍ଡ ଗାଜି ସଫା

source:http://www.mahanagartimes.com

ପୁଲୱାମା ୧୮/୨: ଜମ୍ମୁ କଶ୍ମୀରର ପୁଲୱାମାରେ ହୋଇଥିବା ଆତଙ୍କୀ ହମଲା ପରେ ଆଜି ପୁଣି ଏନକାଉଣ୍ଟର ହୋଇଛି । ପୁଲୱାମାରେ ପିଙ୍ଗଲିନାରେ ହୋଇଥିବା ଏହି ମୁହାଁମୁହିଁରେ ସେନାର ୪ ଯବାନ ଶହୀଦ ହୋଇଛନ୍ତି । ସୁରକ୍ଷାବଳ ମଧ୍ଯ ଜୈଶ-ଏ-କମାଣ୍ଡରର ୨ କମାଣ୍ଡରଙ୍କୁ ସଫା କରିଦେଇଛନ୍ତି । ସୁରକ୍ଷାବଳ ଏଠାରେ ଏକ ବିଲ୍ଡିଂକୁ ଉଡାଇ ଦେଇଛନ୍ତି ଯେଉଁଠାରେ ଆତଙ୍କୀମାନେ ଲୁଚିଥିଲେ । ଆତଙ୍କୀଙ୍କ ମୁଖ୍ୟ ଗାଜୀ ରାଶିଦ ମଧ୍ଯ ଏହି ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି ଯିଏ କି ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣରେ ଷଡଯନ୍ତ୍ର ରଚନା କରିଥିଲା ।

ଜମ୍ମୁ କଶ୍ମୀର ଇଷ୍ଟ ଡିଜିପି ବୈଧ ଏହି ସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ  ସେ ସୁରକ୍ଷାବଳଙ୍କୁ ଶୁଭେଚ୍ଛା ଜଣାଇବାକୁ ଚାହୁଁଛନ୍ତି  କି ସେମାନେ ପୁଲୱାମା ଆତଙ୍କୀ ହମଲାର ମାଷ୍ଟରମାଇଣ୍ଡର ସଫା କରିଦେଇଛନ୍ତି ।

କହୁରଖୁଛୁ ଏହି ଅପରେସନ ଗତକାଲି ବିଳମ୍ବିତ ରାତି ୧୨ଟାରୁ ଚାଲିଆସୁଛି । ସାରା ରାତି ଏହି ମୁହାଁମୁହିଁ ଚାଲିଥିଲା । ଅଞ୍ଚଳକୁ ଚାରିପଟୁ ଘେରାଯାଇ ଗ୍ରାମବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା । ଏନକାଉଣ୍ଟରରେ ଆହତ ହୋଇଥିବା ଯବାନଙ୍କୁ ଶ୍ରୀନଗର ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରିଦିଆଯାଇଥିଲା । ପୁଲୱାମା ଜିଲ୍ଲାରେ ଇଣ୍ଟରନେଟ୍ ବନ୍ଦ କରିଦିଆଯାଇଛି ।

ସମ୍ବନ୍ଧିତ ଖବର