ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Harapriya Sethi | March 3, 2025 8:36 AM

ଭୁବନେଶ୍ୱର,୦୩/୦୩: ମଣିଷ ସାଜିଲା ରାକ୍ଷସ । ଅନ୍ଧ ବିଶ୍ୱାସରେ ପଡ଼ି ଭୁଲିଗଲା ମାନବିକତା । ସ୍ନେହ ଡୋରିରେ ବାନ୍ଧିବା ପରିବର୍ତ୍ତେ ମାସକର ଛୁଆକୁ ଦେଇ ଚାଲିଲା ତତଲା ଚେଙ୍କ । ମୁଣ୍ଡ ଏବଂ ପେଟରେ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ ଦେଲା କଠୋର ମଣିଷ । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲା ପ୍ରାୟ ଏକ ମାସର ଛୋଟ ପୁଅ । ଏଭଳି ଏକ ଅମାନବିକ ଘଟଣା ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକର ଗମ୍ଭାରୀଗୁଡା ପଞ୍ଚାୟତ ଅଧୀନ ଫୁଣ୍ଡେଲପଡା ଗ୍ରାମରେ ଘିଟିଛି । 

ସୂଚନା ମୁତାବକ, ଫୁଣ୍ଡେଲପଡା ଗ୍ରାମରେ ଅଭାବନୀୟ ଘଟଣା । ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ପ୍ରାୟ ଏକ ମାସର ଛୋଟ ପୁଅକୁ ଦେଲେ ଚେଙ୍କ । ପିଲାଟିର ପେଟ ଓ ମୁଣ୍ଡରେ ପ୍ରାୟ ୪୦ ରୁ ଉର୍ଦ୍ଧ୍ୱ ଚେଙ୍କ ଦିଆଯାଇଛି । ଏହା ପରେ ଶିଶୁଟି ଗୁରୁତର ହେବାରୁ ତାକୁ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.