ପୁରୀ, ୦୮/୦୨ : ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ। ପୁରୀ ବିଇଓ ଅଫିସର ଆକାଉଣ୍ଟାଣ୍ଟ ବିକାଶ କୁମାର ସେନାପତି ଲାଞ୍ଚ ନେବା ବେଳେ ଧରାପଡିଛନ୍ତି। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଗିରଫ କରିଛି।
ସୂଚନାନୁଯାୟୀ, ପୁରୀ ବିଇଓ ଅଫିସର ଆକାଉଣ୍ଟାଣ୍ଟ ବିକାଶ କୁମାର ସେନାପତି ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ଏନଓସି ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ଉକ୍ତ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିବାରେ ସଫଳ ହୋଇଛି। ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ ହୋଇଛି। ବିକାଶଙ୍କ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରୁଛି।