ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ପୁରୀ ବ୍ଲୁ ଫ୍ଲାଗ ବିଚରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

Published By : Gurupada Nath | August 14, 2025 8:33 PM

ପୁରୀ,୧୪/୮ : ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅବସରରେ ଆଜି ଅପରାହ୍ନରେ ବ୍ଲୁ ଫ୍ଲାଗ ବିଚଠାରେ ପୁରୀ ଜିଲ୍ଲା ପ୍ରଶାସନ ଓ ପୁରୀ ପୌରପାଳିକା ପକ୍ଷରୁ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଶୋଭାଯାତ୍ରାରେ ଯୋଗଦେଇ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ତ୍ରିରଙ୍ଗା ଆମ ଦେଶପ୍ରେମ ଓ ସ୍ବାଭିମାନର ପ୍ରତୀକ। ଏହାର ଗାରିମାକୁ ଆମେ ବଜାୟ ରଖିବାକୁ ସେ ଆହ୍ବାନ ଦେଇଥିଲେ ।

ସେହିପରି ସମସ୍ତଙ୍କ ପାଇଁ ସ୍ବଛତା ଏକ ଅପରିହାର୍ଯ୍ୟ ଆବଶ୍ୟକତା। ସୁସ୍ଥ ଓ ନୀରୋଗ ରହିବାକୁ ସ୍ବଛତା ପ୍ରେରଣା ଦିଏ । ତେଣୁ ଆମେ ସମସ୍ତେ ନିଜ ପରିସରକୁ ସ୍ବଛ ରଖିବାକୁ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ । ଏହି ଅବସରରେ ହରଘର ତ୍ରିରଙ୍ଗା ଓ ହରଘର ସ୍ବଛତା ଶପଥ ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା, ଅତିରିକ୍ତ ପୌର ନିର୍ବାହୀ ଅଧିକାରୀ ଅରଜିତ ନାୟକ ପ୍ରମୁଖ ଯୋଗଦେଇଥିଲେ। 

ବିଭିନ୍ନ ବିଭାଗର କର୍ମଚାରୀ, ଜନ ପ୍ରତିନିଧି ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ପ୍ରମୁଖ ଯୋଗଦେଇ ତ୍ରିରଙ୍ଗା ଧରି ଦେଶପ୍ରେମର ନାରା ଦେଇଥିଲେ। ସମୁଦ୍ର କୂଳରେ ଏକ ବୃହତ ମାନବ ଶୃଙ୍ଖଳର ଆୟୋଜନ କରାଯାଇଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.