PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ପୁରୀ ଜିଲ୍ଲା ଓଏଏସ ସଂଘ ବୈଠକ ଅନୁଷ୍ଠିତ

ପୁରୀ,୭/୨: ପୁରୀରେ ଜିଲ୍ଲା ଓଏଏସ ଅଧିକାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଛି। ବୁଧବାର ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ସଂଘର ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହେବା ସହ ସଂଘର ପୁର୍ନଗଠନ କରାଯାଇଥିଲା। ନୂତନ କମିଟି ଗଠନ ସହ ସଦସ୍ୟମାନଙ୍କର କଲ୍ୟାଣ ଓ ସୁରକ୍ଷା ପାଇଁ ସଂଘର ଦାୟିତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିସହ ରାଜ୍ୟ ସ୍ତରରେ  ଓଏଏସ ଆସୋସିଏସନର ସ୍ୱଳ୍ପ ରହଣି ପାଇଁ ଜମି ଚୂଡାନ୍ତ ହୋଇଛି ।

୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଆସୋସିଏସନ୍ ବୈଠକରେ ଆଲୋଚନା ପାଇଁ ବିବିଧ ପ୍ରସ୍ତାବ ଦିଆଯାଇଛି। ସଦସ୍ୟମାନଙ୍କର ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂକଳ୍ପ ପାରିତ ହୋଇଥିଲା। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।