ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି, ଚନ୍ଦନଯାତ୍ରାରେ ଆତସବାଜି ନିଷିଦ୍ଧ

Published By : Suraj Kumar | April 28, 2025 7:27 PM

ପୁରୀ, ୨୮।୪ : ଆସନ୍ତା ବୁଧବାର ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଡଙ୍ଗା ନନ୍ଦା ଓ ଭଦ୍ରାକୁ ପ୍ରସ୍ତୁତ କରାଯାଉଛି। ତେବେ ଚନ୍ଦନ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ପାଞ୍ଚଜଣ ଡିଏସପି, ୮ ଇନ୍ସପେକ୍ଟରଙ୍କ ସମେତ ୨୦ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ। 

ତେବେ ଗତବର୍ଷ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣରେ ଅନେକ ନିରୀହ ଲୋକଙ୍କ ଜୀବନ ଚାଲିଯାଇଥିବା ବେଳେ ଚଳିତ ବର୍ଷ ଆତସବାଜି କୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। କୌଣସି ବ୍ୟକ୍ତି ବିଶେଷ ଆତସବାଜି ପ୍ରଦର୍ଶନ କଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ପୋଲିସ। ସେହିପରି ଚନ୍ଦନ ଚକଡା଼ ଠାରେ ଭକ୍ତଙ୍କ ପାଇଁ ଏକ ସହାୟତା କେନ୍ଦ୍ର ପୋଲିସ ପକ୍ଷରୁ ଖୋଲାଯିବ। ଟ୍ରାଫିକ ସୁପରିଚାଳନା କୁ ମଧ୍ୟ ଗୁରୁତ୍ୱ ଦେଇଛି ପୋଲିସ ପ୍ରଶାସନ। ତେବେ ଚନ୍ଦନଯାତ୍ରା‌ ଅବସରରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ସ୍ବତନ୍ତ୍ର ବିମାନ ରେ ଆସି ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ। ସେପଟେ ଅକ୍ଷୟ ତୃତୀୟା ଠାରୁ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବାକୁ ଥିବାରୁ ରଥଖଳା ଠାରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନରେନ୍ଦ୍ର ପୁଷ୍କରିଣୀ ରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୁରୀ ଏସପି ବିନୀତ ଅଗ୍ରୱାଲ ଏନେଇ ସୂଚନା ଦେଇଛନ୍ତି।‌

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.