PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ପୁରୀରେ ଯୁବକଙ୍କୁ ଛୁରା ମାଡ କଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ପୁରୀ ୨୭/୦୧: ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କ ରାଜ। ମର୍ଚ୍ଚିକୋଟ ଛକ ଠାରେ ଯୁବକଙ୍କୁ ଛୁରା ମାଡ। ଯୁବକଙ୍କ ପେଟରେ ଲାଗିଛି ଗଭୀର ଆଘାତ। ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇ ସଦର ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରାଯାଇଛି। ତେବେ କେଉଁ କାରଣକୁ ନେଇ ଛୁରା ମାଡ଼ ହୋଇଛି ତାହା ଜଣାପଡିନଥିବା ବେଳେ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଛୁରା ମାଡ଼ରେ ସଂପୃକ୍ତ ଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଜାରି ରହିଛି।

ସୂଚନା ମୁତାବକ, ଗତକାଲି ଚୁଡଙ୍ଗ ସାହି ରାଧା ଗୋବିନ୍ଦ ଲେନର ଦିନେଶ ଖୁଣ୍ଟିଆଙ୍କୁ କିଛି ଦୁର୍ବୃତ୍ତ ମର୍ଚ୍ଚିକୋଟ ଛକ ନିକଟରେ ଛୁରା ମାଡ଼ କରିଥିଲେ। ଦିନେଶଙ୍କ ପେଟରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଦିନେଶକୁ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ ଦିନେଶକୁ ଡାକ୍ତର କଟକ ସ୍ଥାନାନ୍ତର କରିଛନ୍ତି। ଟାଉନ ଥାନା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।