ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ନିୟମର ଅବମାନନା, ସୋସିଆଲ ମିଡିଆରେ ଭାଇରାଲ୍ ହେଲା ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ

Published By : Harapriya Sethi | January 19, 2025 1:49 PM

ପୁରୀ,୧୯/୦୧: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ । ସୋସିଆଲ ମିଡିଆରେ ଭାଇରାଲ୍ ହେଲା ସମ୍ବେଦନଶୀଳ ଶ୍ରୀମନ୍ଦିରର ଗର୍ଭଗୃହର ଭିଡିଓ । ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କେ ବିହାରୀ ଅନନ୍ତ ନିଜ ଇନଷ୍ଟାଗ୍ରାମ ଓ ଫେସବୁକ୍‌ରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ କରିଛନ୍ତି । ଏହି ବ୍ୟକ୍ତି ଜଣକ ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ସହ ଭିତର ବେଢାର ଭିଡିଓ ମଧ୍ୟ ଭାଇରାଲ କରିଛନ୍ତି । ଯାହାକୁ ନେଇ ଏବେ ଉଠୁଛି ଅନେକ ପ୍ରଶ୍ନ ।

ସୋସିଆଲ ମିଡିଆରେ ଶନିବାର ରାତିରେ ଏହି ବ୍ୟକ୍ତି ଜଣକ ନିଜ ଇନଷ୍ଟାଗ୍ରାମ ଓ ଫେସବୁକରେ ଭିଡିଓ ଅପଲୋଡ଼ କରି ଭାଇରାଲ୍ କରିଛନ୍ତି । ତେବେ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଏହି ବ୍ୟକ୍ତି ଜଣକ ମୋବାଇଲ୍ ଫୋନ୍ କିଭଳି ନେଲେ ଏବଂ ସମ୍ବେଦନଶୀଳ ଗର୍ଭଗୃହ ଓ ଭିତର ବେଢ଼ାର ଭିଡିଓ ଉତ୍ତୋଳନ କରି ଭାଇରାଲ୍ କଲେ, ତା'କୁ ନେଇ ଜଗନ୍ନାଥ ପ୍ରେମୀ ପ୍ରଶ୍ନ ଉଠାଇଛନ୍ତି। ସେହିପରି ଶ୍ରୀମନ୍ଦିର ଭିତରେ ଶ୍ରୀମନ୍ଦିର ପ୍ରଶାସନର ମାଳ ମାଳ କର୍ମଚାରୀ, ସେବାୟତ, ଜେଟିପି ଉପସ୍ଥିତ ରହୁଥିଲେ ମଧ୍ୟ ଏଭଳି ଘଟଣା ବାରମ୍ବାର ଘଟୁଥିବାରୁ ସାଧାରଣରେ ଉଦବେଗ ପ୍ରକାଶ ପାଇଛି। 

ତେବେ କିଛି ଦିନ ପୂର୍ବରୁ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡିବା ସହ ଫେସବୁକ୍‌ରେ ମଧ୍ୟ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିଲା । ଏନେଇ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇ ତଦନ୍ତ କରାଯାଇଥିଲେ ମଧ୍ୟ ପୋଲିସ ବର୍ତ୍ତମାନ ପର୍ଯ୍ୟନ୍ତ ସେମାନଙ୍କ ଟେର୍ ପାଇନାହିଁ।‌

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.