ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନକୁ ନେଇ ଲାଗିଲା ନୋଟିସ୍‌, ରୋଷ କାର୍ଯ୍ୟରେ ସୁପକାର ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

Published By : Prameya | April 25, 2025 10:07 AM

ପୁରୀ ୨୫/୦୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦୀଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିରର ଆସନ୍ତା ୩୦ ତାରିଖ ଆର୍ଥାତ୍‌ ଅକ୍ଷୟ ତୃତୀୟାରେ ଉଦ୍‌ଘାଟନ ହେବ । ଏହି ଦିନ ରୋଷ କାର୍ଯ୍ୟକ୍ରମରେ କେହି ସାମିଲ ନ ହେବାକୁ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ରୋଷଘର ଓ ଶ୍ରୀମନ୍ଦିର ଚାରିଦ୍ୱାରରେ ନୋଟିସ୍‌ ଜାରି କରାଯାଇଛି । 

ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି, ନିଯୋଗର ସମସ୍ତ ସଦସ୍ୟ, ରୋଷସମ୍ପୃକ୍ତ (ଅବଢ଼ା ଓ ଶୁଖିଲି ମହାପ୍ରସାଦ) କର୍ମଚାରୀ ଯଥା ଯୋଗାଣିଆ, ତୁଣିଆ ଓ ପାଣିଆମାନଙ୍କୁ ନିର୍ଦ୍ଦେଶ ଦିଆଯାଉଛି । ଏପରିକି ଏହାକୁ ଅମାନ୍ୟ କଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ରୋଷ ସହ ନିଯୋଗରୁ ସମ୍ପୂର୍ଣ୍ଣ ଭାବେ ବାସନ୍ଦ କରାଯିବ ଏବଂ କର୍ମଚାରୀମାନଙ୍କୁ ରୋଷ କାର୍ଯ୍ୟରୁ ସବୁଦିନ ଲାଗି ନିଲମ୍ବିତ କରାଯିବ ବୋଲି ସ୍ପଷ୍ଟ କରିଛନ୍ତି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ।  

ସୂଚନାଯୋଗ୍ୟ, ନିୟୁ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨୫୦କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଶ୍ରୀ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଏହି ନୂତନ ଜଗନ୍ନାଥ  ମନ୍ଦିରରେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ପ୍ରାଣ  ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦ୍‌ଘାଟନ କରିବେ  ବୋଲି ସରକାରୀ ଭାବେ ଘୋଷଣା କରାଯାଇଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.