ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

'ପୁଷ୍ପା ୨ ସୁଟିଂ ସେଟ୍‌ରେ ଷ୍ଟାଇଲିସ୍ ଷ୍ଟାର ଅଲୁ ଅର୍ଜୁନ ଆହତ, ବଢିପାରେ ଫିଲ୍ମର ରିଲିଜ୍ ତାରିଖ….

ନୂଆଦିଲ୍ଲୀ: ସାଉଥ୍ ର ଷ୍ଟାଇଲିସ୍ ଷ୍ଟାର ଅଲୁ ଅର୍ଜୁନ ଆଜିକାଲି ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ 'ପୁଷ୍ପା ୨ ‘ଦ ରୁଲ୍'ର ସୁଟିଂରେ ବହୁତ ବ୍ୟସ୍ତ ଅଛନ୍ତି । ଆଉ ଏହି ସମୟରେ ଏହି ଅଭିନେତାଙ୍କୁ ନେଇ ଏକ ବଡ ଖବର ଆସିଛି, ଯାହା ଶୁଣିବା ପରେ ତାଙ୍କ ପ୍ରଶଂସକ ମାନେ ନିରାଶ ହୋଇପାରନ୍ତି । କୁହାଯାଉଛି ଯେ ଫିଲ୍ମର ସୁଟିଂ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି । ବାସ୍ତବରେ ଫିଲ୍ମର ଏକ ଗୁରୁତ୍ୱପୂର୍ଣ୍ଣ ସିକ୍ୟୁଏନ୍‌ସକୁ ସୁଟିଂ କରିବା ସମୟରେ ଅଲୁ ଅର୍ଜୁନ ଆହତ ହୋଇଥିଲେ । ଏହି କାରଣରୁ ନିର୍ମାତା ସୁଟିଂକୁ କିଛି ଦିନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଅଲୁ ଅର୍ଜୁନଙ୍କ ଟିମ୍ ଏକ ଜାତୀୟ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ଏକ ଫାଇଟ୍ ସିକ୍ୟୁଏନ୍‌ସ ସୁଟିଂ କରୁଥିବା ସମୟରେ ଅଲୁ ଅର୍ଜୁନଙ୍କ ପିଠିରେ ଗଭୀର ଆଘାତ ଲାଗିଥିଲା । ଏହି କାରଣରୁ ଡାକ୍ତରମାନେ ତାଙ୍କୁ ବର୍ତ୍ତମାନ ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି । ଏବେ ଫିଲ୍ମର ସୁଟିଂ ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହେବ । 

ଫିଲ୍ମ ପୁଷ୍ପା ୨ ‘ଦ ରୁଲ୍’ ଆସନ୍ତା ବର୍ଷ ଅଗଷ୍ଟ ୧୫ ରେ ସିନେମା ହଲ୍‌କୁ ଆସିବାର ଯୋଜନା ରହିଛି । ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଜବରଦସ୍ତ ଉତ୍କଣ୍ଠା ରହିଛି । ଦର୍ଶକ ମାନେ ଉତ୍ସାହର ସହିତ ଫିଲ୍ମକୁ ଅପେକ୍ଷା କରିଛନ୍ତି । ସୂଚନାଥାଉକି, ଯେ ପୁଷ୍ପା ଚଳଚ୍ଚିତ୍ରର ପ୍ରଥମ ଭାଗ ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ଫିଲ୍ମ ହୋଇଥିଲା । 


 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.