ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ସୋଆରେ ରାଗିଂ ବିରୋଧ ସପ୍ତାହ ପାଳିତ

ଭୁବନେଶ୍ୱର, ୨୧/୮ : ରାଗିଂ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ରାଗିଂ ବିରୋଧ ସପ୍ତାହ ପାଳିତ ହୋଇଯାଇଛି । ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର ବିଭିନ୍ନ କ୍ୟାମ୍ପସ୍‌ରେ ଏହି ୫ ଦିନ ମଧ୍ୟରେ ବକ୍ତୃତା, ରଙ୍ଗୋଲି, ପ୍ରବନ୍ଧ, ସ୍ଲୋଗାନ୍ ଏବଂ ପୋଷ୍ଟର ପ୍ରତିଯୋଗିତା ମାଧ୍ୟମରେ ସଚେତନତା ସୃଷ୍ଟି ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । 

ରାଗିଂ ଫ୍ରି କ୍ୟାମ୍ପସ୍‌ର ଲକ୍ଷ୍ୟ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ହଷ୍ଟେଲ୍‌ର ଛାତ୍ରଛାତ୍ରୀମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଥିଲା । ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଏବଂ ୪୦୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ମଙ୍ଗଳବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । 

ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌)ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଓ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ । ଫ୍ୟାକଲ୍ଟି କୋର୍ଡିନେଟର ଡକ୍ଟର ଅଂଶୁମାନ ଜେନା ଅତିଥିମାନଙ୍କୁ ସ୍ୱାଗତ କରିଥିବାବେଳେ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ନେହା ଗୁପ୍ତା ଧନ୍ୟବାଦ ଅର୍ପଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.