PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ଦେବେନ୍ଦ୍ର ଫଡନବିସ୍ ହେବେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ , ଟ୍ୱିଟ୍‌ କରି ସୂଚନା ଦେଲେ ଜେପି ନଡ୍ଡା
  • ||
  • ପୁଣି ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, କୋଭିଡ୍ ସଂକ୍ରମଣ ବଢ଼ିବାରୁ କଟକଣା ଜାରି । ମଲ୍ , ଦୋକାନ, ସରକାରୀ ଓ ଘରୋଇ ଅଫିସରେ କଟକଣା ପାଳନ ନିର୍ଦ୍ଦେଶ। ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତା ନିର୍ଦ୍ଦେଶ
  • ||
  • ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ , ପ୍ରେସ୍‌ମିଟ୍‌ରେ ଦେବେନ୍ଦ୍ର ଫଡନବିସ୍‌ଙ୍କ ଘୋଷଣା
  • ||
  • ପୁରୀ : ଅଟକିଛି ପେଟା ନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ନାଳ ଭିତରେ ପଶି ପ୍ରତିବାଦ କଲେ ମହମ୍ମଦ ମୋକିମ୍
  • ||
  • ପୁରୀ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ବ୍ୟବସ୍ଥା, କୋଭିଡ୍ ପାଇଁ ପ୍ରସ୍ତୁତ ଅଛି ସ୍ଵତନ୍ତ୍ର ବେଡ୍
  • ||
  • ମୋରଡ଼ା : ମୋରଡ଼ାରେ ଥମୁନି ହାତୀ ଉପଦ୍ରବ, ଦନ୍ତା ଆକ୍ରମଣରେ ୨ ମୃତ
  • ||
  • ପୁରୀ : ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ଵାର ସମ୍ମୁଖକୁ ଆସିବେ ୩ ରଥ
  • ||
  • ପୁରୀ : ରଥଯାତ୍ରା ପାଇଁ ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥା, ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍
  • ||
  • ଭୁବନେଶ୍ଵର : ବିଏମସିର ଡ୍ରାଇ ଡେ ପାଳନ, ମଶା ବଂଶ ବୃଦ୍ଧିକୁ ନାଶ କରିବାକୁ ରାଜଧାନୀବାସୀଙ୍କୁ ଆହ୍ଵାନ କଲେ ବିଏମସି କମିଶନର
  • ||
  • ଭୁବନେଶ୍ଵର : କଂଗ୍ରେସକୁ ଝଟ୍‌କା, ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍
  • ||

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇପାରନ୍ତି ସୋନିଆ-ରାହୁଲ

ନୂଆଦିଲ୍ଲୀ,୨୯।୫: ଆସନ୍ତାକାଲି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ।ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମୋଦିଙ୍କ ପ୍ରମୁଖ ବିରୋଧୀ ତଥା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡ଼ିଛି। ସୋନିଆ ଏବଂ ରାହୁଲଙ୍କୁ ଶପଥ ପାଠ ଉତ୍ସବରେ ଯୋଗଦେବାକୁ ମୋଦି ନିମନ୍ତ୍ରଣ କରିଥିଲେ। ସନ୍ଧ୍ୟା ୭ଟାରେ ମୋଦି ରାଷ୍ଟ୍ରପତି ଭବନରେ  ପଦ ଓ ଗୋପନୀୟତାର ଶପଥ ପାଠ କରିବେ। ଏହି ଶପଥ ପାଠ ଉତ୍ସବରେ ଦେଶ ବିଦେଶର ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହେବେ।

ଅନ୍ୟପକ୍ଷେ ବିମଷ୍ଟେକ୍‌ର ସଦସ୍ୟ ରାଷ୍ଟ୍ରମାନଙ୍କ ସମେତ ପ୍ରାୟ ୬ ହଜାରରୁ ଅଧିକ ଅତିଥି ମୋଦିଙ୍କ ଶପଥ ପାଠ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡ଼ିଛି। ଗୋଟିଏ ପଟେ ଜଣାପଡିଛି ଯେ, ରାହୁଲ ଓ ସୋନିଆ ଶପଥ ପାଠ କାର୍ଯ୍ୟକ୍ରମରେ ଯୋଗେଦେବେ କିନ୍ତୁ ଅନ୍ୟଏକ ସୂତ୍ରରୁ ଜଣାପଡିଛି ରାହୁଲ ଆସନ୍ତାକାଲି କାର୍ଯ୍ୟକ୍ରମକୁ ଯିବେ କି ନାହିଁ, ତାହା ସ୍ପଷ୍ଟ ହୋଇ ନାହିଁ।ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାହୁଲ ଗାନ୍ଧି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏପରି ସ୍ଥିତିରେ ରାହୁଲ ଶପଥ ପାଠ ଉତ୍ସବକୁ ଯାଉଛନ୍ତି କି ନାହିଁ, ତା’ ଉପରେ ସମସ୍ତଙ୍କ ନଜର ରହିଛି। ପୂର୍ବରୁ ମୋଦିଙ୍କ ଶପଥ ପାଠ ଉତ୍ସବରେ ଯିବେ ବୋଲି କହୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆଜି ଯୋଗଦେଇ ପାରିବେନି ବୋଲି ସଫା ମନା କରିଦେଇଛନ୍ତି।

ସମ୍ବନ୍ଧିତ ଖବର