ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଲୋକସଭାରେ ବିରୋଧୀ ଦଳ ନେତା ହେଲେ ରାହୁଲ ଗାନ୍ଧୀ, ଇଣ୍ଡି ମେଣ୍ଟ ବୈଠକରେ ନିଷ୍ପତ୍ତି...

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ପରେ ସରକାର ଗଠନ ହୋଇସାରିଛି । ଆଉ ଏହା ପରେ ଗୃହରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ କ୍ରମାଗତ ଭାବରେ ଚର୍ଚ୍ଚା ହେଉଥିଲା । ବର୍ତ୍ତମାନ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଛି । ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନରୁ ସାଂସଦ ତଥା ଭେଟେରାନ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳର ନେତା ହେବେ । କଂଗ୍ରେସ ପାର୍ଟି ଏହା ଆଜି ଘୋଷଣା କରିଛି ।

କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳର ନେତା ହେବେ । କଂଗ୍ରେସ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ପରିପ୍ରେକ୍ଷୀରେ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ପ୍ରୋଟେମ ସ୍ପିକରଙ୍କୁ ଏକ ଚିଠି ଲେଖି ସୂଚନା ଦେଇଛନ୍ତି ଯେ, ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ହେବେ । ବେଣୁଗୋପାଲ କହିଛନ୍ତି ଯେ, ଅସ୍ଥାୟୀ ବାଚସ୍ପତି ଭତୃହରୀ ମହତାବଙ୍କୁ ଏକ ଚିଠି ଲେଖି ରାହୁଲ ଗାନ୍ଧୀଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଭାବରେ ନିଯୁକ୍ତ କରିବାର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଅନ୍ୟ ଅଧିକାରୀଙ୍କ ନିଷ୍ପତ୍ତି ପରେ ନିଆଯିବ । ରାହୁଲ ଗାନ୍ଧୀଙ୍କୁ ବିରୋଧୀଦଳର ନେତା ଭାବେ ନିଯୁକ୍ତି ଦେବା ପାଇଁ ଏକ ପ୍ରସ୍ତାବ ପାରିତ ହୋଇଥିଲା।

ଏହାପୂର୍ବରୁ ଜୁନ୍ ୯ ରେ କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲ୍ୟୁଡିସି) ରାହୁଲ ଗାନ୍ଧୀଙ୍କୁ ଲୋକସଭାରେ ବିରୋଧୀଦଳର ନେତା ଭାବରେ ନିଯୁକ୍ତ କରିବାକୁ ଏକ ପ୍ରସ୍ତାବ ପାରିତ କରିଥିଲା । CWC ବୈଠକ ପରେ ରାହୁଲ ଗାନ୍ଧୀ କହିଥିଲେ ଯେ ଏହା ବିଷୟରେ ଚିନ୍ତା କରିବା ପାଇଁ ତାଙ୍କୁ କିଛି ସମୟ ଦରକାର । 

 

 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.