ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ବେଆଇନ କଳା ମୁଗୁନି ପଥର ଖାଦାନରେ ଚଢାଉ : ୪ ଗାଡି ସହ ୫ମେସିନ ଜବତ, ୧୩ ଗିରଫ

Published By : Suraj Kumar | January 19, 2025 4:57 PM

ଢେଙ୍କାନାଳ,୧୯।୧ : ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ତହସିଲ ଅନ୍ତର୍ଗତ କାରନ୍ଦା ମୌଜାରେ ଚାଲିଥିବା ବେଆଇନ କଳା ମୁଗୁନି ପଥର ଖଦାନରେ ଚଢ଼ାଉ  । ଖଣି ବିଭାଗ ଓ ହିନ୍ଦୋଳ ତହସିଲଦାର ମିଳିତ ଭାବେ ସ୍ଥାନୀୟ ରାସୋଳ ପୁଲିସ ସହାୟତାରେ ଏହି ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ବେଆଇନ ଭାବେ ଖନନ  ଓ ପରିବହନ କାର୍ଯ୍ୟରେ ନିୟୋଜିତ ଥିବା ୪ଟି ଟିପ୍ପର, ଗୋଟିଏ ହାଇଓ୍ବା, ଜେସିବି, ୩ଟି ପ୍ରୋକଲିନ ମେସିନ ଆଦିକୁ ଜବତ କରାଯାଇଛି। ଏଥିସହ  ବେଆଇନ ଖନନ କରିବା   ଅଭିଯୋଗରେ ୧୩ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ପ୍ରୋକଲିନ   ଓ ଜେସିବି ମେସିନ ଅପରେଟର, ଡ୍ରାଇଭର ଆଦି ରହିଛନ୍ତି। 

ଦୀର୍ଘ ଦିନ ହେଲା ବେଆଇନ  ଭାବେ ଖନନ କରାଯାଇ ଟ୍ରକ ଟ୍ରକ  କଳା ମୁଗୁନି ପଥର ଚୋରା ଚାଲାଣ କରାଯାଉଥିଲା । ବିଶେଷ ସୂତ୍ରରୁ ଖବର ପାଇଁ ଆଜି ସକାଳେ ଏହି ଚଢ଼ାଉ  କରାଯାଇଛି। ଜବତ ଗାଡି ଓ ଲୋକଙ୍କୁ ରାସୋଳ ଥାନା ଜିମା ଦିଆଯାଇଛି।ଏ ସମ୍ପର୍କରେ ଖଣି ବିଭାଗ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। କାରନ୍ଦା ଗ୍ରାମର ଜଣେ ଲୋକ ଏହି ବେଆଇନ ଖନନ କରୁଥିଲା। ଏହି ଚଢ଼ାଉ ପରେ ସେ ଫେରାର ହୋଇଯାଇଥିବା ଚଢ଼ାଉ କରିଥବା ମାଇନ୍ସ ଅଫିସର ପ୍ରକାଶ କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.