ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ବେଆଇନ ଲଘୁ ଖଣିଜ ପରିବହନ ବେଳେ ଚଢାଉ: ୧୧ ଗାଡ଼ି ଜବତ, ୨୧ ଅଟକ

Published By : Harapriya Sethi | January 9, 2025 10:32 AM

ଜଳେଶ୍ୱର,୦୯/୦୧: ଜଳେଶ୍ୱରରେ ବଡ ଧରଣର ରେଡ । ବେଆଇନ ଲଘୁ ଖଣିଜ ପରିବହନ ବେଳେ ମାଡ଼ି ବସିଲା ଜିଲ୍ଲା ପ୍ରଶାସନ ବିଭାଗ । ଏହି ଚଢାଉରେ ୧୧ଟି ଗାଡ଼ି ଜବତ କରାଯାଇଥିବା ବେଳେ ୨୧ ଜଣଙ୍କୁ ଅଟକ ରଖାଯାଇଛି । ବାଲେଶ୍ୱର ଜିଲ୍ଲା ଜଣେଶ୍ୱର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଜଳେଶ୍ୱରରେ ବେଆଇନ ଲଘୁ ଖଣିଜ ପରିବହନ କରାଯାଉଥିବା ନେଇ ଜିଲ୍ଲା ପ୍ରଶାସନ ବିଭାଗ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା। ଏହା ଜାଣିବା ପରେ ବିଳମ୍ବିତ ରାତିରେ ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ୬୦ ନମ୍ୱର ଜାତୀୟ ରାଜପଥର ଚାଲନ୍ତି ବାଇପାସ ନିକଟରେ ଚଢାଉ କରିଥିଲା । ଏହି ଚଢାଉରେ ମୋରମ , ଚିପ୍ସ , ମାଟି ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ ।  ଯାଢ୍ଚ କରିବା ପରେ ୯ଟି ହାଇୱା, ଏକ ଟ୍ରାକ୍ଟର ଏବଂ ଏକ ଜେସିବି ଜବତ କରି ଜଳେଶ୍ୱର ପୋଲିସକୁ ହସ୍ତାନ୍ତର କରିଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.