ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ନବୀନଙ୍କୁ ଭେଟିଲେ ଉପନିର୍ବାଚନରେ ବିଜୟୀ ରାଇଘର ଵ୍ଳକ ଅଧ୍ୟକ୍ଷ

ନଵରଙ୍ଗପୁର, ୨୯/୮(ଆପ୍ର): ରାଇଘର ଵ୍ଳକ ଅଧ୍ୟକ୍ଷ ଉପନିର୍ବାଚନରେ ବିଜୟୀ ନୂତନ ଵ୍ଳକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନଵୀନ ପଟ୍ଟନାୟକଙ୍କୁ ଭେଟି ଆର୍ଶିବାଦ ନେଇଛନ୍ତି। ଆଗାମୀ ଦିନରେ ରାଇଘର ଅଞ୍ଚଳରେ ବିଜେଡି ସଂଗଠନ କୁ କିଭଳି ସୁଦୃଢ କରାଯିବ ଏଥି ପାଇଁ  ନବୀନ ଗୁରୁ ମନ୍ତ୍ର ଦେଇଛନ୍ତି। ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇ ଲୋକଙ୍କ ଆସ୍ଥାଭାଜନ ହୋଇ ଲୋକଙ୍କ ସହିତ ରହିବାକୁ କହିଛନ୍ତି। 

ନଵରଙ୍ଗପୁର ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ନେତୃତ୍ଵରେ ଗୁରୁବାର ନବୀନ ନିବାସ କୁ ଯାଇ ନଵୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ତାଙ୍କ ସହ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଲିପିକା ଵାରୋଇଙ୍କ ସମେତ ଶତାଧିକ ସମର୍ଥକଙ୍କ ସହ ନବୀନଙ୍କୁ ଭେଟି ଆଲୋଚନା କରିଛନ୍ତି। 

ସୂଚନାଯୋଗ୍ୟ ଯେ, ୨୦୨୪ ସାଧାରଣ ନିର୍ବାଚନରେ ରାଇଘର ଵ୍ଳକ ଅଧ୍ୟକ୍ଷା ନଵୀନା ନାୟକଙ୍କୁ ବିଜେଡି ଉମରକୋଟ ବିଧାୟକ ପ୍ରାର୍ଥୀ କରିଥିଲା। ଏଥି ପାଇଁ ନଵୀନାଙ୍କୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ପଡ଼ିଥିଲା। ନଵୀନା ନିର୍ବାଚନରେ ପରାଜିତ ହୋଇଥିଲେ। ୬ ମାସ ପରେ ରାଇଘର ଅଧ୍ୟକ୍ଷ ପଦ ପାଇଁ ଉପନିର୍ବାଚନ ହୋଇଥିଲା। ଏହି ନିର୍ବାଚନରେ ବିଜେଡ଼ି ସମର୍ଥିତ ପ୍ରାର୍ଥୀ ଗୁପ୍ତ ପ୍ରସାଦ ଝାଙ୍କର ବିଜୟୀ ହୋଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.