PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ, ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା

ଭୁବନେଶ୍ଵର, ୨୪/୦୬ : ଦୁଃଖ ଦେଇଗଲେ ରାଇମୋହନ। ଓଲିଉଡ ଜଗତ ସ୍ତବ୍ଧ। ଆତ୍ମହତ୍ୟା କଲେ ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା। ପଳାଶୁଣୀର ପ୍ରାଚୀ ବିହାର ସ୍ଥିତ ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ମଞ୍ଚେଶ୍ଵର ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ରାଇମୋହନ ହଠାତ୍ ଏଭଳି ଚରମ ନିଷ୍ପତ୍ତି କାହିଁକି ନେଲେ ସେନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାଙ୍କର ଆତ୍ମହତ୍ୟା ଖବର ମିଳିବା ପରେ ଓଲିଉଡ ଜଗତ ଶୋକ ସାଗରରେ ବୁଡ଼ି ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ପରେ ସିନେମା ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଛି।

ଉଭୟ ଯାତ୍ରା ଓ ସିନେମାରେ ରାଇମୋହନ ଜଣେ ଚର୍ଚ୍ଚିତ ଖଳନାୟକ ରୂପରେ ଦର୍ଶକଙ୍କ ହୃଦୟକୁ ଛୁଇଁ ପାରିଥିଲେ। ୯୦ରୁ ଅଧିକ ଓଡ଼ିଆ ସିନେମା ଓ ୧୫ରୁ ଅଧିକ ବଙ୍ଗଳା ସିନେମାରେ ସେ ଅଭିନୟ କରିଛନ୍ତି। ସିଂହ ବାହିନୀ, ସୁନା ଭାଉଜ ଓ ମେଣ୍ଟାଲ ଚଳଚ୍ଚିତ୍ର ତାଙ୍କ ଅଭିନୟ କ୍ୟାରିଅରର ମାଇଲ୍‌ ଖୁଣ୍ଟ ଥିଲା। ୧୯୯୧ ମସିହାରେ ବସ୍ତ୍ର ହରଣ, ୧୯୯୨ ନାଗ ପଞ୍ଚମୀ, ୧୯୯୫ ମସିହାରେ ରଣଭୂମି, ମଣି ନାଗେଶ୍ବରୀ, ଲକ୍ଷେ ଶିବ ପୂଜି ପାଇଛି ପୁଅ, ୧୯୯୯ ମସିହାରେ ସରପଞ୍ଚ ବାବୁ, ୨୦୦୪ ମସିହାରେ କଣ୍ଢେଇ ଆଖିରେ ଲୁହ, ୨୦୦୩ ରେ ଯେ ପାଞ୍ଚେ ପର ମନ୍ଦ, ୨୦୦୨ ରେ ସେହି ଝିଅଟି, ପୁଅ ମୋର ଜଗତ ଜିତା, ଚକା ଆଖିସବୁ ଦେଖୁଛି, ୨୦୦୭ ମସିହାରେ କାଳି ଶଙ୍କର ଆଦି ସିନେମାରେ ସେ ନିଖୁଣ ଅଭିନୟ କରିଛନ୍ତି।

୧୯୬୩ ଜୁଲାଇ ୧୦ରେ ଜନ୍ମଗ୍ରହଣ କରିଥିଲେ ରାଇମୋହନ ପରିଡା । ରାଇମୋହନ ଥିଲେ କେନ୍ଦୁଝର ନିବାସୀ । ସେ ଭୁବନେଶ୍ୱରେ ଆସି ରହୁଥିଲେ । ତାଙ୍କର ଦୁଇ ଝିଅ ଅଛନ୍ତି । ରାଇମୋହନଙ୍କର ମୃତ୍ୟୁ ଖବର ପ୍ରଘଟ ହେବା ପରେ ତାଙ୍କ ବାସଭବନରେ ଲୋକଙ୍କ ଭିଡ଼ ଜମିଛି।