PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର, ୧୬/୦୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେବି ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭, ୧୮ ଏବଂ ୧୯ରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

୧୯ ଅଗଷ୍ଟ ବେଳକୁ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ପ୍ରବଳ ବର୍ଷା ହେବ। ଏଥିପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଳା ଗୁଡ଼ିକ ହେଳା ଉତ୍ତର ଓ ଉପକୂଳ ଓଡ଼ିଶାର ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ପୁରୀ, କନ୍ଧମାଳ, କଳାହାଣ୍ଡି, ଦେବଗଡ, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା ଏବଂ ଢେଙ୍କାନାଳ।

ତେବେ ୧୯ ଓ ୨୦ ତାରିଖରେ ବର୍ଷାର ପରିମାଣ ବଢିବ। ଅତିପ୍ରବଳ ବର୍ଷା ହୋଇ ଗୋଟିଏ କି ଦୁଇଟି ସ୍ଥାନରେ ୭ ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ। ସେଥିପାଇଁ ୧୯ ତାରିଖରେ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଳା ଏବଂ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ, ସନ୍ଦରଗଡ଼, ଝାରସୁଗୁଡା ଜିଲ୍ଳା ଗୁଡ଼ିକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୨୦ରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡା, ସନ୍ଦରଗଡ଼, ସମ୍ବଲପୁର ଏବଂ ସୋନପୁରରେ ଅତି ପ୍ରବଳ ବର୍ଷା ହେବ। ୯ ଜିଲ୍ଳା କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଅନୁଗୁଳ, ଦେବଗଡ, କେଁଦୁଝର ଏବଂ ଢେଙ୍କାନାଳକୁ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୯ରେ ଉତ୍ତର ଏବଂ ୨୦ରେ ଆଭ୍ୟନ୍ତରୀଣ ଜିଲ୍ଳା ଗୁଡ଼ିକରେ ଅଧିକ ପ୍ରଭାବ ରହିବ ଏବଂ ୨୦ ତାରିଖ ପରଠୁ ବର୍ଷା କମିବାର ସମ୍ଭାବନା ରହିଛି ।