ପ୍ରମୂଖ ଖବର
  • କେନ୍ଦୁଝର : ଗଛକୁ ଧକାଦେଇ ଓଲଟିଲା ଆମ୍ବୁଲାନ୍ସ, ୫ଆହତ
  • ||
  • ବିନିକା : ଅଜଣା ଗାଡ଼ି ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ୱର : ସମୁଦ୍ରରେ ବୁଡିଲେ ୩ ପର୍ଯ୍ୟଟକ; ଜଣେ ମୃତ, ଜଣେ ନିଖୋଜ, ଜଣେ ଉଦ୍ଧାର
  • ||
  • ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ ଅତି ଜରୁରି ଭାରତ-କାନାଡ଼ା ସମ୍ପର୍କ
  • ||
  • ଫୁଲୁରି ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ଶ୍ରୀଜିଉ, ନବମୀ ଯାଏ ଚାଲିବ ଓଷ ଲାଗି, ଜୋରସୋରରେ ଚାଲିଛି ରଥ କାର୍ଯ୍ୟ
  • ||
  • ଡାଇରିଆ ଅଣାୟତ୍ତ, ହାଇଆଲର୍ଟରେ ସମସ୍ତ ଜିଲ୍ଲା, ୨୯୮ଜଣ ନୂଆ ରୋଗୀ ଚିହ୍ନଟ, ସାମୀକ୍ଷା କଲେ ସିଏସ୍
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ, ବିଜାପୁରରେ ୩ଜଣଙ୍କୁ ହତ୍ୟା, ରାତିରେ ୧୦ ଗ୍ରାମବାସୀଙ୍କୁ ଉଠାଇ ନେଇଥିଲେ
  • ||
  • ଆଗେଇଲା ମୌସୁମୀ... ଆଜି, କାଲି ବଡ଼ ବର୍ଷା, ୨୦ରୁ କମିବ
  • ||
  • ଗଞ୍ଜାମ : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ
  • ||
  • ଗୋପାଳପୁର ଗଣଦୁଷ୍କର୍ମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||

ଆଗେଇଲା ମୌସୁମୀ... ଆଜି, କାଲି ବଡ଼ ବର୍ଷା, ୨୦ରୁ କମିବ

Published By : Rasmita Pradhan | June 18, 2025 8:01 AM

ଭୁବନେଶ୍ୱର, ୧୮/୬ : ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଏପଟେ ମୌସୁମୀ ଆଗେଇବା ସହ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ବୁଧବାର ଓ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କିଛି ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଏବଂ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା୧୮ ତାରିଖ (ବୁଧବାର) ରାଜ୍ୟର ଅଧିକାଂଶ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । 

ଏହାବାଦ୍‌ ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୯ ତାରିଖ (ଗୁରୁବାର) ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୦ରେ ବର୍ଷା ପରିମାଣ କିଛି ମାତ୍ରାରେ କମିବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଏବଂ ସୁନ୍ଦରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୨୧ରୁ ୨୩ ଯାଏଁ କାଁ ଭାଁ ବର୍ଷା ହେବ । ବଡ଼ ବର୍ଷା ରହିବନି । ମୌସୁମୀ ଓଡ଼ିଶାର ବାକି ଥିବା ଅଞ୍ଚଳରେ ପ୍ରବେଶ କରିଥିବାବେଳେ ରାଜ୍ୟରେ ପାଗ ବଦଳିଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ସ୍ଥାନେ ସ୍ଥାନେ ବଜ୍ରପାତ ଆଶଙ୍କା ଅଧିକ ରହିଛି । ତେଣୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି । ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତାକାଲି ମଧ୍ୟ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । 

ମଙ୍ଗଳବାର ସକାଳ ସୁଦ୍ଧା ଦେବଗଡ଼ରେ ୧୩୦ ମିଲିମିଟର, ଯାଜପୁରର ଜେନାପୁରରେ ୯୦ ମିମି, ରାଇରଙ୍ଗପୁରରେ ୯୦, କୁଚିଣ୍ଡାରେ ୯୦, ସୁନ୍ଦରଗଡ଼ର ଗୁରୁଣ୍ଡିଆରେ ୮୦, ବାଲେଶ୍ୱର ଔପଦାରେ ୮୦, ଯାଜପୁର ବ୍ଳକରେ ୮୦, ଝାରସୁଗୁଡ଼ା ବ୍ଲକରେ ୭୦, ସୁକିନ୍ଦାରେ ୭୦, ସୁନ୍ଦରଗଡ଼ର ବାଲିଶଙ୍କରାରେ ୭୦, ଖଇରାରେ ୭୦, ମୟୂରଭଞ୍ଜର ଜାମଦାରେ ୭୦, ଦେବଗଡ଼ର ବାରକୋଟରେ ୭୦, ସୁନ୍ଦରଗଡ଼ର ହେମଗିରିରେ ୬୦, ଚାନ୍ଦବାଲିରେ ୬୦, ଉଦଳାରେ ୬୦, ମୟୂରଭଞ୍ଜର ବିଜତଲାରେ ୬୦, ଲହୁଣିପଡ଼ାରେ ୬୦, କୋରେଇରେ ୬୦, ଭଦ୍ରକ ଆଖୁଆପଦାରେ ୬୦, ସୋରରେ ୬୦, ସମ୍ବଲପୁର ନାକଟିଦେଉଳରେ ୫୦ ମିମି, ସମ୍ବଲପୁରରେ ୫୦.୮ ମିମି ବର୍ଷା ରେକର୍ଡ ହୋଇଥିଲା । କଟକ, ଭୁବନେଶ୍ୱରରେ ବି ମଧ୍ୟମ ବର୍ଷା ହୋଇଥିଲା । ମଙ୍ଗଳବାର ସକାଳ ୮ଟା ୩୦ରୁ ଅପରାହ୍ନ ୫ଟା ୩୦ ଭିତରେ ଜଗତସିଂହପୁରରେ ୨୩ ମିମି, ରାଉରକେଲାରେ ୨୪, ବଲାଙ୍ଗୀରରେ ୧୩.୪, କେନ୍ଦୁଝରରେ ୧୫.୬ ମିମି, ଭୁବନେଶ୍ୱରରେ ୧୨.୨, ପାରାଦୀପରେ ୧୪ ଓ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.