ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ରାଜ୍ୟରେ ୧୦ ତାରିଖ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

Published By : Rasmita Pradhan | May 5, 2025 7:39 AM

ଭୁବନେଶ୍ୱର, ୦୫/୦୫ : ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । 

ସୂଚନା ଥାଉକି, ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି । ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବହିବ । ୬ ତାରିଖରେ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.