PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ତିଗିରିଆ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ, ନବନିର୍ମିତ ଫାଇବର ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଜା

pic- internet

ତିଗିରିଆ: ତିଗିରିଆ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ସ୍ଥାନୀୟ ଗାନ୍ଧୀ ମଇଦାନରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଛି। ଏହି ଅବସରରେ ନିଜିଗଡ଼ ପଞ୍ଚାୟତ ଗାନ୍ଧୀ ମଇଦାନରେ ନବ ଗାନ୍ଧୀଜୀଙ୍କ ନବନିର୍ମିତ ପ୍ରତିମୂର୍ତ୍ତିର ଅନାବରଣ ହୋଇଯାଇଛି।

ତିଗିରିଆ ଗଡଜାତର ବର୍ତ୍ତମାନର ରାଜା ଏହି ନବନିର୍ମିତ ପ୍ରତିମୂର୍ତ୍ତିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷି ଓ ମତ୍ସ୍ୟ ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଯୋଗଦେଇ ଥିଲେ। ଅତିଥି ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯିବା ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।

ମହାତ୍ମା ଗାନ୍ଧୀଙ୍କ ଏହି ନବନିର୍ମିତ ଫାଇବର ପ୍ରତିମୂର୍ତ୍ତିକୁ ମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ନିର୍ମାଣ ହୋଇଥିବା ଜଣାପଡିଛି। ଅନୁଷ୍ଠିତ ସଭାରେ ଗାନ୍ଧିଜୀଙ୍କ ସ୍ମୃତି ଚାରଣ କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଣବ କୁମାର ବେହେରା, ପୂର୍ବତନ ସାଂସଦ ସୁବାସ ମହାନ୍ତି, ପଞ୍ଚାୟତ ସମିତି ଅଧ୍ୟକ୍ଷା ସନ୍ଧ୍ୟା ରାଣୀ ନାୟକ, ଉପାଧ୍ୟକ୍ଷ ମାନସ କୁମାର ସାହୁ, ଯୋଜନା ବୋର୍ଡ଼ ସଭ୍ୟ ସସ୍ମିତା ରାଉତ, ଜିଲ୍ଲl ପରିଷଦ ସଭ୍ୟ ସଞ୍ଜୟ କୁମାର ମଲ୍ଲିକ ପ୍ରମୁଖ୍ୟ ଉପସ୍ଥିତ ରହିଥିଲେ।

ସମ୍ବନ୍ଧିତ ଖବର