PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ରାଜସ୍ଥାନରେ ବାୟୁସେନାର ବିମାନ କ୍ରାସ୍‌: ଖସିବା ମାତ୍ରେ ଲାଗିଲା ନିଆଁ, ପ୍ରଚଣ୍ଡ ଶବ୍ଦରେ ଥରି ଉଠିଲା ପୁରା ଗାଁ

ଭରତପୁର,୨୮।୧: ଶନିବାର ସକାଳେ ଭାରତପୁର ଜିଲ୍ଲାର ଉଚେନ ଅଞ୍ଚଳରେ ଭାରତୀୟ ବାୟୁସେନାର ଏକ ମିଗ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଥିଲା। ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ସ୍ଥାନୀୟ ପୋଲିସ ଓ ପ୍ରଶାସନ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ବାୟୁସେନା ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ବିମାନ ଉତ୍ତରପ୍ରଦେଶର ଆଗ୍ରା ବାୟୁସେନା ଷ୍ଟେସନରୁ ଉଡାଣ ଆରମଭ କରିଥିଲା। ବର୍ତ୍ତମାନ ବାୟୁସେନା ଦୁର୍ଘଟଣାର କାରଣ ଅନୁସନ୍ଧାନ କରୁଛି।

ପ୍ରତିରକ୍ଷାପିଆରଓ କର୍ଣ୍ଣେଲ ଅମିତାଭ ଶର୍ମା କହିଛନ୍ତି, ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିଛି। କେଉଁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ତାହା ଅନୁସନ୍ଧାନ କରାଯାଉଛି। ନାଗଲା ବିଜାର ଗ୍ରାମବାସୀ କହିଛନ୍ତି ଯେ ଶନିବାର ସକାଳ ପ୍ରାୟ ୧୦ଟା ୩୦ ମିନିଟ୍‌ ସମୟରେ ହଠାତ୍ ଆକାଶରେ ଉଡ଼ୁଥିବା ଏକ ଯୁଦ୍ଧ ବିମାନ ବାହାରେ ଥିବା ଗାଁ କ୍ଷେତରେ ପଡ଼ିଯାଇଥିଲା। ବିମାନ ଦୁର୍ଘଟଣାର ଶବ୍ଦରେ ପୁରା ଗାଁ ଥରି ଉଠିଥିଲା।ଗାଁର ଶତାଧିକ ଲୋକ ଘଟଣାସ୍ଥଳରେ ଏକାଠି ହୋଇଥିଲେ। ବିମାନର ଖଣ୍ଡଗୁଡ଼ିକ ଗାଁ ବାହାରେ ସବୁଆଡେ ବିଛାଡି ହୋଇଯାଇଥିଲା।

ସୂଚନା ପାଇବା ପରେ ସ୍ଥାନୀୟ ପ୍ରଶାସନ ଓ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଁଞ୍ଚିଯାଇଛି। ଗାଁ ଲୋକଙ୍କ କହିବା ଅନୁସାରେ, ଦୁର୍ଘଟଣା ବେଳେ ପାଇଲଟ୍ କିମ୍ବା ଅନ୍ୟ କେହି ଆହତ ହୋଇନାହାନ୍ତି। କୁହାଯାଉଛି ଯେ, ଦୁର୍ଘଟଣା ପୂର୍ବରୁ ପାଇଲଟ୍‌, ବିମାନରୁ ସୁରକ୍ଷିତ ଭାବରେ ବାହାରି ଯାଇଥିଲେ।

ସମ୍ବନ୍ଧିତ ଖବର