ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

IPL-2025: ପ୍ଲେଅଫ୍ ଦୌଡ଼ରୁ ବାଦ ପଡିଲା ରାଜସ୍ଥାନ; ୧୦୦ ରନର ବ୍ୟବଧାନରେ ହରାଇଲା ମୁମ୍ୱାଇ

Published By : Bijay Swain | May 1, 2025 11:25 PM

Image courtesy: bcci

ନୂଆଦିଲ୍ଲୀ: ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ ସିଜିନର ପ୍ଲେଅଫ୍ ଦୌଡ଼ରୁ ବାଦ ପଡ଼ିଛି। ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୧୦୦ ରନର ବିଶାଳ ବ୍ୟବଧାନରେ ପରାସ୍ତ ହୋଇଛି। ତେବେ ଏହା ମୁମ୍ବାଇର ଲଗାତାର ଷଷ୍ଠ ବିଜୟ। ଏହି ବିଜୟ ସହିତ ମୁମ୍ବାଇ ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି।

ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ହେଉଥିବା ଏହି ମ୍ୟାଚରେ ରାଜସ୍ଥାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମୁମ୍ବାଇ ୨୦ ଓଭରରେ ୨ ୱିକେଟ୍ ହରାଇ ୨୧୭ ରନ୍ ସଂଗ୍ରହ କରିଥିଲା। ୨୧୮ ରନର ଟାର୍ଗେଟକୁ ପିଛା କରୁଥିବା ରାଜସ୍ଥାନ ମାତ୍ର ୧୬.୧ ଓଭର ସୁଦ୍ଧା ୧୧୭ ରନରେ ଅଲଆଉଟ୍ ହୋଇଯାଇଥିଲା। ଟ୍ରେଣ୍ଟ ବୋଲ୍ଟ ଏବଂ କର୍ଣ୍ଣ ଶର୍ମା ୩ଟି ଲେଖାଏଁ ୱିକେଟ୍ ନେଇଥିଲେ। ଜସପ୍ରିତ ବୁମରାହ ୨ ୱିକେଟ୍ ପାଇଥିଲେ। ସେହିଭଳି ରାଜସ୍ଥାନର କୌଣସି ବ୍ୟାଟସମ୍ୟାନ୍ ୩୦ ରନ ଅତିକ୍ରମ କରିପାରି ନଥିଲେ।

ମୁମ୍ବାଇ ପକ୍ଷରୁ ସୂର୍ଯ୍ୟ କୁମାର ଯାଦବ ଏବଂ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୪୮-୪୮ ରନ କରି ଅପରାଜିତ ରହିଥିଲେ। ଦୁହେଁ ୯୪ ରନର ଅପରାଜିତ ଭାଗୀଦାରି ଖେଳିଥିଲେ। ଓପନର ରିଆନ ରିକେଲଟନ ୬୧ ରନ ଏବଂ ରୋହିତ ଶର୍ମା ୫୩ ରନ ସଂଗ୍ରହ କରିଥିଲେ। ରିୟାନ୍ ପାରାଗ ଏବଂ ମହେଶ ତୀକ୍ଷଣାଙ୍କୁ ଗୋଟିଏ ଲେଖାଏଁ ୱିକେଟ୍ ମିଳିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.