ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ସାମ୍‌ସନ୍‌ଙ୍କ ଦମଦାର୍‌ ପ୍ରଦର୍ଶନ; ଲକ୍ଷ୍ନୌକୁ ୧୯୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ରାଜସ୍ଥାନ

Image source: Cricbuzz

ଜୟପୁର,୨୪/୦୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଆଇପିଏଲ୍‌ ୨୦୨୪ର ଚତୁର୍ଥ ମ୍ୟାଚ୍‌ରେ ରବିବାର ମୁହାଁମୁହିଁ ହୋଇଛନ୍ତି ରାଜସ୍ଥାନ ରୟାଲ୍‌ସ ଓ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌। ତେବେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ରାଜସ୍ଥାନ। ତେବେ ପ୍ରଥମ ଇନିଂସରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମ୍‌ସନ୍‌ ଏକ ୮୨ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ରାଜସ୍ଥାନ ୪ ଓ୍ବିକେଟ ହରାଇ ୧୯୩ ରନ୍‌ କରିିଥିଲେ। ଏବେ ଲକ୍ଷ୍ନୌ ଆଗରେ ୧୯୪ ରନ୍‌ର ବିଜୟ ଲକ୍ଷ୍ୟ ରହିଛି। 

ଚଳିତ ସିଜିନ୍‌ରେ ଉଭୟ ଦଳ ପାଇଁ ଏହା ହେଊଛି ପ୍ରଥମ ମ୍ୟାଚ୍‌। କ୍ୟାପଟେନ ସଞ୍ଜୁ ସାମସନ ୫୨ ବଲରେ ୮୨ ରନ୍‌ କରି ଅପରାଜିତ ରହିଥିଲେ। ତାଙ୍କ ବ୍ୟାଟରୁ ୩ ଚୌକା ଓ ୬ଟି ଛକା ବାହାରିଥିଲା।| ଏହା ବ୍ୟତୀତ ରିୟାନ୍ ପରାଗ ୨୯ ବଲରେ ୪୩ ରନ୍ ସଂଗ୍ରହ କରିଥିଲେ। ତାଙ୍କ ବ୍ୟାଟରୁ ଗୋଟିଏ ଚାରି ଏବଂ ୩ଟି ଛକା ବାହାରିଥିଲା। ଶେଷରେ ଧ୍ରୁଭ ଜୁରେଲ ୨୦ ରନ୍‌ କରି ଅପରାଜିତ ରହିଥିଲେ। ଏବେ ଲକ୍ଷ୍ନୌ ୧୯୪ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରିବାକୁ ମଇଦାନକୁ ଓହ୍ଲାଇବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.