ଭୁବନେଶ୍ଵର, ୨୫/୦୫ : ଶଙ୍ଖ ଶିବିରକୁ ବଡ଼ ଝଟକା। ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଯୋଜନାବଦ୍ଧ ଭାବେ ଦଳରେ ଅଣଦେଖା କରିବା ଅନୁଭବ କରୁଥିବା ଦେବାଶିଷ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଦଳ ମୋର ସେବା ଚାହୁଁନି ବୋଲି ଅନୁଭବ କରୁଛି। ତେଣୁ ସାଧାରଣ ଲୋକଙ୍କ ସ୍ବାର୍ଥ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲି।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣକୁ ନେଇ ଅସନ୍ତୁଷ୍ଟ ଥିଲେ। ନବୀନ ଓ ତାଙ୍କ ମଧ୍ୟରେ ଦୂରତା ସୃଷ୍ଟି ହୋଇଥିଲା। ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ଵ ଦିଆଯାଉନଥିଲା। ଏମିତିକି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି ପଦ ଦିଆଯାଇଥିଲା, ତାହାକୁ ସେ ପ୍ରତ୍ୟାଖାନ କରିଥିଲେ। ଗତ କିଛି ମାସ ହେଲା ସେ ଦଳୀୟ ବ୍ୟାପାର ବା ସଙ୍ଗଠନରେ ମୁଣ୍ଡ ଖେଳାଉନଥିଲେ। କୌଣସି ଟିକା ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ। ତାଙ୍କ ନୀରବତା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଆଜି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଯୋଜନାବଦ୍ଧ ଭାବେ ଦଳରେ ଅଣଦେଖା କରାଯାଇଥିବା ଅଭିଯୋଗ କରିଛନ୍ତି। ସେ ଅନ୍ୟ ଏକ ଦଳ ସହ ଯୋଗାଯୋଗରେ ଥିବା ସୂଚନା ମିଳିଛି। ଶଙ୍ଖ ଶିବିର ଛାଡ଼ି ପଦ୍ମ ଶିବିରରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି।

ଦେବାଶିଷଙ୍କ ଇସ୍ତଫା ପରେ ରାଜ୍ୟସଭାରେ ବିଜେଡିର ସଦସ୍ୟତା ସଂଖ୍ୟା ୬ ରୁ ୫କୁ ଖସିଛି। ପୂର୍ବରୁ ମମତା ମହନ୍ତ ଏବଂ ସୁଜିତ କୁମାର ବିଜେଡିକୁ ଦେଇଥିଲେ ଡବଲ୍ ଝଟକା।...

ଏହି ଖବରଟିକୁ ପଢନ୍ତୁ-Odisha politics : ଶଙ୍ଖ ଶିବିରକୁ ଝଟ୍‌କା ! ବିଜେଡିରୁ ଇସ୍ତଫା ଦେବେ ଦେବାଶିଷ, ସୁଜିତ ଓ ମମତାଙ୍କ ପରେ ଧରିବେ କି ପଦ୍ମ ?