ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତା : ମାଲକାନଗିରି ଜିଲ୍ଲା ଆଦିବାସୀ ଛାତ୍ରଛାତ୍ରୀ ପୁରସ୍କୃତ

Published By : Suraj Kumar | November 16, 2024 9:22 PM

ମାଲକାନଗିରି, ୧୬/୧୧(ଆପ୍ର ) : ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ମାଲକାନଗିରି ଜିଲ୍ଲାକୁ ମିଳିଛି ସଫଳତା। ବିଭିନ୍ନ ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଆଦିବାସୀ ଛାତ୍ର ଛାତ୍ରୀ ପୁରସ୍କୃତ ହୋଇଛନ୍ତି।

ଗତ ୧୨ତାରିଖ ଠାରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି ।  ଏହି କାର୍ଯ୍ୟକ୍ରମରେ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ୫୦ଜଣ ଛାତ୍ର ଛାତ୍ରୀ ସମେତ ୧୬ ଜଣ ଗାଇଡ୍ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ। 

ସ୍ଥାନୀୟ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଛାତ୍ରୀ ଦଳଗତ ନୃତ୍ୟରେ ତୃତୀୟ ସ୍ଥାନ ପାଇଥିବା ବେଳେ, ଏମ୍.ଭି ୩୪ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଶୁଭ୍ରଜିତ ମହାପାତ୍ର ଜୁନିୟର କୁଇଜ୍ ରେ ତୃତୀୟ ସ୍ଥାନ ଅଧିକାର କରି ରାଜ୍ୟସ୍ତର ରେ ପୁରସ୍କୃତ ହୋଇଛନ୍ତି । ଛାତ୍ରଛାତ୍ରୀମାନଙ୍କ ରାଜ୍ୟସ୍ତରର ଏହି ସଫଳତା ପାଇଁ ଜିଲ୍ଲା ଶିକ୍ଷାଧିକାରୀ, ଆଦିବାସୀ ଶିକ୍ଷା ସଂଯୋଜକ ତଥା ଅନ୍ୟମାନେ କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.