ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ଶ୍ରୀମନ୍ଦିରରେ ରାମଜନ୍ମ ନୀତି, ପୁରୀର ଆଜିଠୁ ସାହିଯାତ

ପୁରୀ, ୧୭/୦୪ : ଆଜି ପବିତ୍ର ଶ୍ରୀରାମ ନବମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ତପ ପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ। 

ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି। ପୁରୀ ରେଳଷ୍ଟେସନ ନିକଟ ଶ୍ରୀରାମ ମନ୍ଦିରରେ ମଧ୍ୟ ସକାଳୁ ସକାଳୁ ପ୍ରବଳ ଭକ୍ତଙ୍କ ଭିଡ ଜମିଛି। ପ୍ରଭୁ ଶ୍ରୀରାମଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ରଖୁଥିବା ଭକ୍ତ ଶ୍ରଦ୍ଧାଳୁମାନେ ସକାଳୁ ମନ୍ଦିର ଆସି ଦର୍ଶନ କରୁଛନ୍ତି। ଭକ୍ତ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀରାମ ମନ୍ଦିର କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏପଟେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ରାମନବମୀ ଅବସରରେ କଟକ କରତକଳରେ କାଠ ଚିରଟ କାର୍ଯ୍ୟର ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ମାଳ ମାହାର୍ଦ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନ ର ବରିଷ୍ଠ ଅଧିକାରୀଙ୍କ ସହ ଏକ ପ୍ରତିନିଧି ଦଳ କଟକ ଖପୁରିଆ ଅଭିମୁଖେ ଯାତ୍ରା କରିବେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.