ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପହଲଗାମ ଆକ୍ରମଣ ନେଇ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ଡାକିବାକୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କୁ ରାମଚନ୍ଦ୍ର କାଡ଼ାମଙ୍କ ଚିଠି

Published By : Rasmita Pradhan | April 29, 2025 2:44 PM

ଭୁବନେଶ୍ଵର, ୨୯/୦୪ : ଓଡ଼ିଶା ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ଡାକିବାକୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସ୍ଵତନ୍ତ୍ର ଅଧିବେସନ ଡାକିବାକୁ ସେ ଦାବି କରିଛନ୍ତି। ଓଡ଼ିଶାରେ କେତେ ପାକିସ୍ତାନୀ ଅଛନ୍ତି, ସରକାର କଣ ପଦକ୍ଷେପ ନେଇଛନ୍ତି ତାହା ଉପରେ ଆଲୋଚନା କରିବାକୁ ସେ କହିଛନ୍ତି। ଦେଶର ସୁରକ୍ଷା ପାଇଁ ସବୁ ଦଳ ଏକ ହୋଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି। ବିଧାନସଭାରେ ଏନେଇ ଆଲୋଚନା ହେବାର ଆବଶ୍ୟକତା ରହିଛି ବୋଲି କଂଗ୍ରେସ ବିଧାୟକ ଦଳ ନେତା କହିଛନ୍ତି।

ସେପଟେ ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ସରକାର ଚାହିଁଲେ ସ୍ଵତନ୍ତ୍ର ଅଧିବେସନ ଡାକିପାରିବେ। ସରକାର ବିଚାର କରନ୍ତୁ। ଦେଶ ପାଇଁ ଆତଙ୍କବାଦୀ ଆକ୍ରମଣ ଘଟଣା ଚିନ୍ତାର ବିଷୟ। ଆଲୋଚନା ହେଲେ ଭଲ । ଆମ ଦଳ ବି ସମର୍ଥନ ଦେବ।

ଜମ୍ମୁ କଶ୍ମୀର ପହଲହାମ ବୈସରନ ଘାଟିରେ ହୋଇଥିବା ଭୟଙ୍କର ଆତଙ୍କୀ ଆକ୍ରମଣରେ ୨୭ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଥିଲା । ସେମାନଙ୍କ ମଧ୍ୟରୁ ଓଡ଼ିଶାରୁ ୨ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଆତଙ୍କବାଦୀମାନେ ଧର୍ମ ପଚାରି ସେମାନଙ୍କୁ ଗୁଳି କରିଥିଲେ। ଆତଙ୍କବାଦୀ ସଙ୍ଗଠନ ଟିଆରଏଫ୍ ଏହି ଘଟଣା ପଛରେ ନିଜକୁ ଦାୟୀ କରିଥିଲା। ଏହି ଆକ୍ରମଣ ପରେ ଭାରତ-ପାକିସ୍ତାନ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ଘଟଣାକୁ ସାରା ବିଶ୍ଵ ନିନ୍ଦା କରୁଛି। ପାକିସ୍ତାନ ଉପରେ ପ୍ରତିଶୋଧ ନେବାକୁ ଭାରତ ବହୁ ପ୍ରତିବନ୍ଧକ ଲଗାଇଛି। ସିନ୍ଧୁ ଜଳ ଚୁକ୍ତି ରଦ୍ଦ, ପାକିସ୍ତାନୀଙ୍କ ଭିସା ରଦ୍ଦ, ଅଟାରୀ ବର୍ଡର ବନ୍ଦ କରିବା ସହ ପାକିସ୍ତାନ ସରକାରଙ୍କ ୱେବସାଇଟ୍, ଏକ୍ସ ଆକାଉଣ୍ଟ ସହ ଭାରତ ବିରୋଧରେ ବିଷ ଓଗାଳୁଥିବା ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଯାଇଛି।

ଏହି ଖବରଟିକୁ ପଢନ୍ତୁ-

ଖେଳ ଏବଂ ମନୋରଞ୍ଜନ ମାଧ୍ୟମରେ ଦିଆଯିବ ଶିକ୍ଷା, ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.