ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନାମାଙ୍କନ ପତ୍ର ଦାଖଲ କଲେ ଆଠଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

ତିଗିରିଆ, ୨୯/୪: ସାଧାରଣ ନିର୍ବାଚନ ନିମନ୍ତେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ପାଇବା ପରେ କଟକ ଜିଲ୍ଲାରେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ଦିନରେ ‌ ଆଠଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ତାଙ୍କର ହଜାର ହଜାର ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ସୋମବାର ପୂର୍ବାହ୍ନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନପତ୍ର ଦାଖଲ ସମୟରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ନିର୍ବାଚନ ସହ ସଂପୃକ୍ତ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.