ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନିର୍ବାଚିତ ବିଧାୟକଙ୍କୁ କରାଇବେ ଶପଥ ପାଠ

ଭୁବନେଶ୍ୱର,୧୪/୦୬ : ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି। ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ସେ ଶପଥ ପାଠ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଶପଥ ପାଠ କରାଇଛନ୍ତି। ସେ ୧୭ ଓ ୧୮ରେ ନବ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ। 

ସୂଚନାନୁଯାୟୀ, ଚଳିତ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ରାଜା ସ୍ଵାଇଁ ସର୍ବାଧିକ ୮ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୧୯୯୦ରୁ ଲଗାତର ବିଧାୟକ ଭାବେ ଆଠଗଡ଼ରୁ ନିର୍ବାଚିତ ହୋଇଛନ୍ତି। ରଣପୁର ବିଧାୟକ ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ ହେବେ ବୋଲି ସୂଚନା ମିଳିଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.