ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

କେନ୍ଦୁଝରରେ ଆୟୋଜିତ ହେବ "ରଙ୍ଗବତୀ" ଉତ୍ସବ

Published By : Prameya | May 3, 2025 9:52 PM

ଭୁବନେଶ୍ୱର/କେନ୍ଦୁଝର,୩/୫ : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ, କେନ୍ଦୁଝର ଜିଲ୍ଲା ପ୍ରଶାସନ, ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଆଦିମ୍- ସଂସ୍କୃତି, କେନ୍ଦୁଝରର ମିଳିତ ସହଯୋଗରେ କେନ୍ଦୁଝର ଜିଲ୍ଲାରେ ପଶ୍ଚିମ ଓଡ଼ିଶା ନୃତ୍ୟ, ସଂଗୀତ ଉତ୍ସବ "ରଙ୍ଗବତୀ"ର ଆୟୋଜନ କରାଯିବ। "ରଙ୍ଗବତୀ" ଉତ୍ସବ ଆସନ୍ତା ମେ' ୫ ରୁ ଆରମ୍ଭ ହୋଇ ୭ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି କାଳିପଡ଼ିଆ, କେନ୍ଦୁଝରଠାରେ ଅନୁଷ୍ଠିତ ହେବ।

ରଙ୍ଗବତୀ ଉତ୍ସବରେ ରାଜ୍ୟର ମନ୍ତ୍ରୀ ମଣ୍ଡଳର ମନ୍ତ୍ରୀଗଣ, କେନ୍ଦୁଝର ଜିଲ୍ଲାର ସାଂସଦ, ବିଧାୟକ, ବହୁ ବିଶିଷ୍ଟ କଳାକାର ଏବଂ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେବାର ଯୋଜନା ରହିଛି । ପଶ୍ଚିମ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା, ନୃତ୍ୟ, ସଂଗୀତ ଆଦିର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

ଚଳିତ ବର୍ଷର "ରଙ୍ଗବତୀ" ଉତ୍ସବରେ ପଶ୍ଚିମ ଓଡ଼ିଶାର ବହୁ ବିଶିଷ୍ଟ ଲୋକକଳାକାର, ନୃତ୍ୟଶିଳ୍ପୀ ଏବଂ କଣ୍ଠଶିଳ୍ପୀମାନେ ଯୋଗଦେଇ ନୃତ୍ୟ ଓ ସଂଗୀତ ପରିବେଷଣ କରିବେ। ଡ଼ାଲଖାଇ, ରସରକେଲିଠାରୁ ନେଇ ହୋମୁଣ୍ଡା, ଛଉ, ଚାଙ୍ଗୁ, ଝୁମର ନୃତ୍ୟ ପର୍ଯ୍ୟନ୍ତ ଏବଂ ଢ଼ୋଲ, ତବଲା, ମୃଦଙ୍ଗ ଏବଂ ବିଭିନ୍ନ ପାରମ୍ପରିକ ବାଦ୍ୟରେ ପଶ୍ଚିମ ଓଡ଼ିଶାର ଲୋକସଂଗୀତ ପରିବେଷଣ କରାଯିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ।

ଆମ ଓଡ଼ିଶାର ଲୋକକଳା ଓ ଲୋକସଂସ୍କୃତିକୁ ଚିର ଉଜ୍ଜୀବିତ କରି ରଖିବା ଲକ୍ଷ୍ୟରେ ଆୟୋଜିତ ହେବାକୁ ଥିବା "ରଙ୍ଗବତୀ" ଉତ୍ସବରେ ଯୋଗଦେବା ପାଇଁ ଜନସାଧାରଣଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେବା ସହିତ ପଶ୍ଚିମ ଓଡ଼ିଶାର ଲୋକକଳା ଓ ପରମ୍ପରାକୁ ଆଧାରିତ କରି "ରଙ୍ଗବତୀ" ଉତ୍ସବର ଆୟୋଜନ ହେବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ବୁଦ୍ଧିଜୀବୀ ଓ କଳାକାରମାନେ ମତପ୍ରକାଶ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.