ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରଙ୍ଗିଲା ବାବା ଗିରଫ

Published By : Harapriya Sethi | December 7, 2024 10:16 AM

ସମ୍ୱଲପୁର, ୦୭/୧୨: ଧରାପଡିଲା ରଙ୍ଗିଲା ବାବା । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଆଶ୍ରମରେ ଯୁବତୀଙ୍କୁ ନିଶା ବଟିକା ଖୁଆଇ ଦୁଷ୍କର୍ମ ଅଭିଯୋଗରେ ବାବା ଗିରଫ ହୋଇଛି ।

ସୂଚନା ମୁତାବକ, ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ହେଉଥିଲା । ଉକ୍ତ ରୋଗର ଚିକିତ୍ସା ପାଇଁ ଯୁବତୀ ଜଣକ ଗତ କିଛି ମାସ ହେବ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲାଙ୍କ ଆଶ୍ରମକୁ ଯାଇଥିଲେ । ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ବାବା ଯୁବତୀଙ୍କୁ କିଛି ଔଷଧ ଖାଇବାକୁ ଦେଇଥିଲେ । ଏକ ମାସ ପରେ ପୁଣିଥରେ ଆସି ଔଷଧ ନେବାକୁ କହିଥିଲେ । ହେଲେ ଯୁବତୀଙ୍କ ଘର ଦୂରରେ ଥିବାରୁ ସେ ଆସିନଥିଲେ ।  ଅନ୍ୟ ଦିନ ଯୁବତୀ ଜଣକ ଯାଇ ବାବାଙ୍କ ଆଶ୍ରମରେ‌ ପହଞ୍ଚିଥିଲେ । ସେଠାରେ ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ । ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ । ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ । ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇ ଦେଇଥିଲେ । ହେଲେ ପରବର୍ତ୍ତୀ ସମୟରେ ଜଣେ ମେଡିକାଲ କର୍ମଚାରୀ ଯୁବତୀଙ୍କୁ ମୂର୍ମୁଷ ଅବସ୍ଥାରେ ମେଡିକାଲ ଛକରୁ ଉଦ୍ଧାର କରି ଚିକିତ୍ସା କରିଥିଲେ । ଚିକିତ୍ସା ପରେ ଯୁବତୀ ଜଣକ ଏ ସମ୍ପର୍କରେ ତାଙ୍କ ପରିବାରକୁ ଜଣାଇଥିଲେ । ପରିବାର ଲୋକେ ତୁରନ୍ତ ରେଢାଖୋଲ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବା ପ୍ରଫୁଲ୍ଲ ମହଲାକୁ ଆଶ୍ରମରୁ ଗିରଫ କରି ତଦନ୍ତ କରୁଥିବା ସୂଚନା ମିଳିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.