ପ୍ରମୂଖ ଖବର
  • କଟକ : ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ , ନିର୍ମାଣାଧୀନ କୋଠାରୁ ପଡି ଶ୍ରମିକ ମୃତ
  • ||
  • କଟକ : ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣା; KSCA ସମ୍ପାଦକ ଏ. ଶଙ୍କର ଓ କୋଷାଧ୍ୟକ୍ଷ ଏଇ ଜୟରାମଙ୍କ ଇସ୍ତଫା
  • ||
  • ମିଠି ନଦୀ ଦୁର୍ନୀତି ମାମଲା: ଅଭିନେତା ଡିନୋ ମୋରିଆଙ୍କୁ ଇଡି ସମନ୍
  • ||
  • ସରଣ୍ଡା ଜଙ୍ଗଲରୁ ୧ କୁଇଣ୍ଟାଲ ବିସ୍ଫୋରକ ଜବତ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଫୁଲବାଣୀ : ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା
  • ||
  • French Open 2025: 'ବୋଧ ହୁଏ ଏହା ମୋର ଶେଷ ମ୍ୟାଚ ଥିଲା', ଫ୍ରେଞ୍ଚ ଓପନ୍ ହାରିବା ପରେ ଅବସର ନେଲେ କି ନୋଭାକ ?
  • ||
  • ଭଦ୍ରକ : ଜାତିଆଣ ବିବାଦରୁ କଙ୍ଗାରୁ କୋର୍ଟ, ଗାଁରୁ ନିଆଁପାଣି ବନ୍ଦ ଚିନ୍ତାରେ ଚାଲିଗଲା ଜୀବନ !
  • ||
  • ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଚାନ୍ଦବାଲି : ରୋଗୀଙ୍କ ମୁହଁରୁ ଅକ୍ସିଜେନ କାଢିନେବାରୁ ମୃତ୍ୟୁ ଅଭିଯୋଗ, ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା
  • ||
  • ଶନିବାର ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀ ଗସ୍ତ : ୪୨ ପ୍ରକଳ୍ପର ଉଦ୍‌ଘାଟନ ସହ ୬୫ ନୂଆ ପ୍ରକଳ୍ପର କରିବେ ଶିଳାନ୍ୟାସ
  • ||
  • 'ଅପରେସନ୍ ସିନ୍ଦୂର ପାକ୍ ସହ ଡିଲ ଥିଲା'; ଟିଏମ୍‌ସି ବିଧାୟକଙ୍କ ବୟାନକୁ ନେଇ ବିବାଦ, ଦୂରରେ ରହିଲା ଦଳ
  • ||
  • ଯୋଗେଶ ଗୌଡ଼ା ହତ୍ୟା ମାମଲା; କଂଗ୍ରେସ ବିଧାୟକ ବିନୟ କୁଲକର୍ଣ୍ଣିଙ୍କୁ ସୁପ୍ରିମ ଝଟକା, ଜାମିନ ଆବେଦନ ଖାରଜ
  • ||
  • କଟକ : ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ, ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ
  • ||
  • ଇଂଲଣ୍ଡରେ କେଏଲ ରାହୁଲଙ୍କ ବିସ୍ଫୋରକ ଶତକ, ଭାରତ ଏ'- ୩୧୯/୭
  • ||
  • କଟକ : ହୋଟେଲ ଭିତରକୁ ମାଡିଗଲା ଟ୍ରେଲର, ଜଣେ ମୃତ
  • ||
  • ଦେବଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଷୀ ସହ ବଳଦ ମୃତ
  • ||
  • ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି, ଉପକୂଳବର୍ତ୍ତୀ ୧୧ ଜିଲ୍ଲାରେ କଲବଲ କରିବ ତାତି, ୧୦ ଯାଏ ନିସ୍ତାର ନାହିଁ
  • ||

ବିଜାପୁରରେ ମାଓ ଅପରେସନ୍‌ ଜାରି: ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର, ବହୁ ଅସ୍ତ୍ରଶସ୍ତ୍ର ଜବତ

Published By : Tapas Panda | June 7, 2025 5:41 PM

ନୂଆଦିଲ୍ଲୀ: ଛତିଶଗଡ଼ର ବିଜାପୁରରେ ମାଓ ବିରୋଧୀ ଅପରେସନ୍‌ ଜାରି ରହିଛି । ଜାତୀୟ ଉଦ୍ୟାନ ଅଞ୍ଚଳରେ ଚାଲିଥିବା ମାଓ ବିରୋଧୀ ଅଭିଯାନ ସମୟରେ ଏପର୍ଯ୍ୟନ୍ତ ୭ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଚିହ୍ନଟ କରାଯାଇଛି ଏବଂ ଅନ୍ୟମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରୟାସ କରାଯାଉଛି। ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି, ‘ବିଜାପୁର ଜିଲ୍ଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ଚାଲିଥିବା ନକ୍ସଲ ବିରୋଧୀ ଅଭିଯାନ ସମୟରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ମୋଟ ୭ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରିଛି। ଏଥିରେ କେନ୍ଦ୍ରୀୟ କମିଟି ସଦସ୍ୟ ଗୌତମ ଓରଫ ସୁଧାକର ଏବଂ ତେଲେଙ୍ଗାନା ରାଜ୍ୟ କମିଟି ସଦସ୍ୟ ଭାସ୍କରର ମୃତଦେହ ସାମିଲ ।’

ସେ କହିଛନ୍ତି, ବିଜାପୁର ଜିଲ୍ଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ଚାଲିଥିବା ନକ୍ସଲ ବିରୋଧୀ ଅଭିଯାନରେ ୫,୬ ଏବଂ ୭ ଜୁନ୍ ୨୦୨୫ ରେ ହୋଇଥିବା ଏନକାଉଣ୍ଟରରେ ଏବେ ସୁଦ୍ଧା ମୋଟ ୭ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୁରକ୍ଷା ବାହିନୀ ଦ୍ୱାରା ଉଦ୍ଧାର କରାଯାଇଥିବା ୫ ଜଣ ଅଜ୍ଞାତ ମାଓବାଦୀଙ୍କ ମୃତଦେହର ପରିଚୟ ଜାଣିବାକୁ ଚେ‌ଷ୍ଟା କରାଯାଉଛି । ମୃତଦେହ ସହ ୨ଟି AK-47 ରାଇଫଲ ଏବଂ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳି ଜବତ କରାଯାଇଛି। ଆଖପାଖ ଜଙ୍ଗଲ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଏବେ ବି ଜାରି ରହିଛି । 

ସେପଟେ ସାପ କାମୁଡ଼ା, ମହୁମାଛି, ଡିହାଇଡ୍ରେସନ୍ ଏବଂ ଅନ୍ୟାନ୍ୟ ଆଘାତ ଯୋଗୁଁ କିଛି ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ବର୍ତ୍ତମାନ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଉଛି। ସେମାନଙ୍କ ଅବସ୍ଥା ସ୍ୱାଭାବିକ ଅଛି ବୋଲି ବସ୍ତର ଆଇଜି କହିଛନ୍ତି ।  ଛତିଶଗଡ଼ ବିଧାନସଭା ବାଚସ୍ପତି ଡକ୍ଟର ରମଣ ସିଂହ କହିଛନ୍ତି, ‘କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଏକ ସମୟସୀମା ଧାର୍ଯ୍ୟ କରିଛନ୍ତି । ୨୦୨୬ ସୁଦ୍ଧା ଭାରତରୁ ନକ୍ସଲବାଦ ସମ୍ପୂର୍ଣ୍ଣ ଭାବରେ ସମାପ୍ତ କରାଯିବ। ପୋଲିସ ମଧ୍ୟ ପୂର୍ଣ୍ଣ ବଳରେ କାମ କରୁଛି ଏବଂ ଆମେ ୧୦୦ ପ୍ରତିଶତ ସଫଳତା ପାଇବୁ।’

ସୂଚନାଯୋଗ୍ୟ ଯେ, ଛତିଶଗଡ଼ରେ ମାଓବାଦୀଙ୍କ ବିରୁଦ୍ଧରେ ନିରନ୍ତର ଅଭିଯାନ ଚାଲିଛି। ଏହି ଅଭିଯାନ ଯୋଗୁଁ ଅନେକ ମାଓବାଦୀଙ୍କୁ ନିପାତ କରାଯାଇଛି ଏବଂ ଅନେକ ଆତ୍ମସମର୍ପଣ କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.