ମେଷ :କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ :ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ନୂତନ ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, କର୍ମାରମ୍ଭ, ବିଦ୍ୟାରମ୍ଭ, ଭୂମିପୂଜା, ଗୃହ ପ୍ରଦେଶ, ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ :କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ :ଏକାଦଶ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । କୌଣସି ଆର୍ଥିକ ସଂସ୍ଥାରେ ଧନର ବିନିଯୋଗ କରିବେ ଏବଂ ଆୟ ଅଧିକ ହେବା ପାଇଁ ନୂତନ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ :ଦଶମ ଚନ୍ଦ୍ର ଓ ଚନ୍ଦ୍ର,ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରୀକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା :ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ କୌଣସି ମହିଳାଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଦାମ୍ପତ୍ୟ ଜୀବନରେ କଳହର ସୂ୍ତ୍ରପାତ ହେବ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ :ଷଷ୍ଠ ଚନ୍ଦ୍ର ଓ ଘାତବର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା :୭, ଆରାଧନା : ମା’ ତାରା ।
ମକର :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ପୂର୍ବାହ୍ଣ ୧୧ଟା ୪୬ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ସେମାନଙ୍କ ଚାଲିଚଳନ, କର୍ମ ଓ ଶିକ୍ଷାରେ ଅବନ୍ନତି ଘଟିବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ :କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
ମୀନ :ତୃତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି କର୍ମର ଆୟୋଜନ କରିବେ କିମ୍ବା ନିଜ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩