ମେଷ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତାର ସାମ୍ନା କରିବେ । ଏହା ପରେ ଷଷ୍ଠ ଚନ୍ଦ୍ର ଯୋଗୁ ହୃତଧନ, ହୃତ ସମ୍ମାନ ପୁନଶ୍ଚ ଫେରିପାଇବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।ଶୁଭ ରଙ୍ଗ :ମେରୁନ୍, ସଂଖ୍ୟା : ୬, ଆରାଧନା: ମା’ ଷୋଡ଼ଶୀ ।

କର୍କଟ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଜିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କ୍ଷେତ୍ରରେ ଉନ୍ନତି ପରିଲକ୍ଷତିତ ହେବ । ମନରେ ଉନ୍ନତ ଚିନ୍ତାଦାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ ।ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧ ଆରାଧନା : ଭଗବାନ ଶିବ ।

ସିଂହ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମନ ପ୍ରଫୁଲ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । କର୍ମରେ ସଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଏକାଦଶ ଚନ୍ଦ୍ର ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଦଶମ ଓ ଏକାଦଶ ଚନ୍ଦ୍ର, ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ମନୋମାଳିନ୍ୟ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପ୍ରିୟ ବନ୍ଧୁଙ୍କଠାରୁ ଅପମାନ ମିଳିବ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଘାତବାର ଯୋଗୁ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ

, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଗୁରୁଜନ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଅପନିନ୍ଦା, ଅପମାନ, ଅପଯଶ ମିଳିବ ଏବଂ ଅପବ୍ୟୟ, ବଦ୍ଖର୍ଚ୍ଚ, ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ । ମାନ, ସମ୍ମାନ ହାନି ଘଟିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୪, ଆରାଧନା : ମା’ ବିମଳା ।

କୁମ୍ଭ : ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧୂସର, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩