ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ, ପୁରାତନ ବନ୍ଧୁଙ୍କ ଠାରୁ ଅପମାନ ମିଳିପାରେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିପାରେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ
ବୃଷ : ଅଷ୍ଟମଚନ୍ଦ୍ର, ଶୁକ୍ରବାର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ମୃଗଶିରା ବୃଷ, ସୋମନେ ସତର୍କ ହେବେ ।
ଶୁଭରଙ୍ଗ : ସିଲଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ସପ୍ତମ ଚନ୍ଦ୍ର, ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପୁତ୍ର କନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା ଛିନ୍ନମସ୍ତା ।
କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଓ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ଅପବାଦ, ଅପମାନ ଓ ଅପଯଶର ଶିକାର ହେବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ୍ପାଇବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା: ୧୧, ଆରାଧନା : ମା ମାତଙ୍ଗୀ ।
କନ୍ୟା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ କିମ୍ବା ହୃତଧନ ଫେରି ପାଇବେ । ମୂଲ୍ୟବାନ ଧାତୁ, ଯାନବାହନ କ୍ରୟକରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ହସ୍ତାକନ୍ୟା, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୮, ଆରାଧନା : ମା ଷୋଡ଼ଶୀ ।
ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ର ରୂପ ଧାରଣ କରିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ।
ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ। ସୁଖବର, ସୁସମ୍ପାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଚଳଚଞ୍ଚଳ, କର୍ମତତ୍ପର ହେବେ ଏବଂ ପୁରାତନକୁ ପରିତ୍ୟାଗ କରି ନୂତନତ୍ୱକୁ ସ୍ୱାଗତ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ ଏବଂ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ଭୈରବୀ ।
ମୀନ: ଘାତବାର ଓ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ମିଳିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀରାମ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩