ମେଷ : ଦ୍ୱାଦଶ ଚନ୍ଦ୍ର,ସକାଳ ୬ଟା ୫୩ ମିନିଟ୍ ଗତେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃ୍ଦ୍ଧି ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ ଗେରୁଆ ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ବୃଷ : ଏକାଦଶ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବକେୟା ଧନ ଓ ହୃତଧନ ଫେରି ପାଇବେ। ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତି ଶୀର୍ଷରେ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦଶମ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା ଷୋଡ଼ଶୀ ।

କର୍କଟ : ନବମ ଚନ୍ଦ୍ର, ସକାଳ ୬ଟା ୫୩ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷ ରହୁଥିବାରୁ ସେସମୟ ପର୍ଯ୍ୟନ୍ତ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଏହାପରେ ଶୁକ୍ଳପକ୍ଷ ଓ ଗୁରୁବାର ଯୋଗୁ ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଅଷ୍ଟମଚନ୍ଦ୍ର, ଅମାବାସ୍ୟା ତିଥି ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା: ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ସପ୍ତମଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଓ ଷଷ୍ଠଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ପଞ୍ଚମ ଚନ୍ଦ୍ର, ଗୁରୁବାର ଓ ସକାଳ ୬ଟା ୫୩ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷ ରହୁଥିବାରୁ ସେସମୟ ପର୍ଯ୍ୟନ୍ତ ପିତାମାତା, ସନ୍ତାନ ସନ୍ତତି ଓ ଭାତୃଭଗ୍ନିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ଜଗି ରଖି କଥାବାର୍ତ୍ତା କରିବେ । ଏହାପରେ ଶୁକ୍ଳପକ୍ଷ ଯୋଗୁ ବିଦ୍ୟା,ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତିମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ୬ଟା ୫୩ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷ ରହୁଥିବାରୁ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ତୃତୀୟ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ :ଘାତବାର, ଦ୍ୱିତୀୟ ଚନ୍ଦ୍ର ଓ ସକାଳ ୬ଟା ୫୩ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ସେସମୟ ପର୍ଯ୍ୟନ୍ତ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ଶୁକ୍ଳପକ୍ଷ ଭୋଗ ହେଉଥିଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟ ବ୍ୟତିତ ସମସ୍ତ କର୍ମରେ ଅଶୁଭ ଫଳ ମିଳିବ । ଧନ ଓ ଆୟ ଅଧିକ କରିବା ପାଇଁ ଯୋଜନା କରିବେ ଏବଂ ଧନ ଓ ଆୟଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ: ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

୯୪୩୭୧୩୩୪୭୩