ମେଷ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଘାତ ନକ୍ଷତ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।

ବୃଷ : ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନର ଯାତ୍ରା କରିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ତୃତୀୟଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଦୃଢ଼ଇଚ୍ଛା ଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସୁଖାଦ୍ୟ, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର, ମଙ୍ଗଳବାର, ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଚିତ୍ରା ଓ ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନ, ସମ୍ପଦ ବୃଦ୍ଧିପାଇବ, ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍ ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ସପ୍ତମଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ଷଷ୍ଠଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

୯୪୩୭୧୩୩୪୭୩