ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ପାରିବାରିକ ବିବାଦର ସମାଦାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୬, ଆରାଧନା : ମା ଚଣ୍ଡୀ ।

ବୃଷ : ତୃତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର,ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣ ପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ି ପାରନ୍ତି କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ:ମେରୁନ୍‌,ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଓ ବଦ୍‌ଖର୍ଚ୍ଚ କମ୍‌ ରହିବ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ ରୂପ ଧାରଣ କରିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ମଘା ଓ ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଏକାଦଶ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ପଦବୀ, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପାଇଁ ଅନୁକୂଳ ହେବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ପାଇପାରନ୍ତି । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ତଥା ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ,  ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା :୭, ଆରାଧନା : ମା’ ଧୂମାବତୀ ।

ମକର :  ଘାତବାର ଓ ସପ୍ତମଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ରହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବିନିଯୋଗ କରିବେ । ଅପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଷଷ୍ଠଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍‌ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଓ ଘାତନକ୍ଷତ୍ର ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ୱରଣଶକ୍ତି ଲୋପ୍‌ ପାଇବ ଏବଂ ଅପମାନ, ଅପଯଶ ଓ ଅମନିନ୍ଦା ମିଳିବ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ଉଚ୍ଚଶିକ୍ଷା ପାଇବାରୁ ବଞ୍ଚିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଓ ପାରିବାରିକ ବିବାଦ ଲାଗି ରହିବ ଓ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା  : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩