ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଗୁରୁବାର ରାଶିଫଳ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ…

Published By : Ladu Kishor | October 30, 2024 9:49 PM

ମେଷ: ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁହନୁମାନ ।

ବୃଷ: ଦିବା ୧୧ଟା ୧୫ ମିନିଟ୍‌ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଏହା ପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ ଏବଂ ମନ ପ୍ରସନ୍ନ ଓ ଚାପ ମୁକ୍ତ ରହିବ । ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ମା’ କମଳା ।

ମିଥୁନ: ଦିବା ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ରଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଦିବା ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ଆର୍ଥିକ କଷ୍ଟରୁ ମୁକ୍ତ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଜନକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଦିବା ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା: ଏକାଦଶ ଓ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ଗୁରୁବାର, ମଙ୍ଗଳଙ୍କ ନକ୍ଷତ୍ର ସାରାଦିନ ରହୁଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ନୂତନ ବ୍ୟବସାୟ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଦଶମ ଓ ଏକାଦଶଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୂର୍ବା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଦିବା ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ରଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା, କର୍ମରେ ବିଫଳତା, ପରିବାରରେ ମତାନ୍ତର ଏବଂ ମାନ, ସମ୍ମାନ ହାନି ଘଟିବ । ଏହା ପରେ ଦଶମଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ :   ଘାତବାର ଏବଂ ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଧନିଷ୍ଠାକୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ଦିବା ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମଚନ୍ଦ୍ର, ଗୁରୁବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ଶୁଭଫଳ ମିଳିବ । ଏହା ପରେ ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଏବଂ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସତର୍କ ହେବ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.