PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ରବିବାର ଏହି ରାଶିର ଲୋକଙ୍କର ହୋଇପାରେ ଧନକ୍ଷତି, ଆର୍ଥିକ ଠକାମି, ଜଣାନ୍ତୁ ଆପଣଙ୍କର କେମିତି କଟିବ ଦିନ

pic- zeenews.india.com

ମେଷ: ଘାତବାର ଓ ଅଷ୍ଟମ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର ରହିବ ଏବଂ ଚାଲିଚଳନ ବ୍ୟବହାର ବିବାଦୀୟ ହେବ । ନିଜର ଲୋକମାନେ ଶତ୍ରୁତା କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ।ହା ହେବ ତା’ଠାରୁ ଅଧିକ ବଦ୍‌ଖର୍ଚ୍ଚ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ । ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।

ବୃଷ: ମାନସିକ, ପାରିବାରିକ ଶାନ୍ତି, ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ମଉଜମସ୍ତି ଓ ଆଭୂଷଣ ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହ୍ୟା ଓ ସହୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ମିଥୁନ: ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ ସୁଧାର ଆସିବ । ପରୋପକାର ଓ ସମାଜ ସେବାରେ ନିଜକୁ ବିିନିଯୋଗ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ । ଶ, ସମ୍ମାନ, ସାମାଜିକ ପ୍ରତି । ଓ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ନୂତନ କଳା, ବିଦ୍ୟା ଓ ସଂସ୍କୃତି ପ୍ରତି ଆଗ୍ରହ ରହିବ ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁୋଗ ଜୁଟିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ କ୍ଷତି କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ସ୍ୱଜନରେ ବିବାଦ ଓ ପରିବାରରେ ଅଶାନ୍ତି, ଯାନବାହନରେ ଖର୍ଚ୍ଚାନ୍ତ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ।  ପରିବହନ ବ୍ୟବସାୟରେ ଆଜି ଅଧିକ କ୍ଷତି ଘଟିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ଶ୍ରୀଜଗନ୍ନାଥ ।

କନ୍ୟା: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ପ୍ରକାଶ ପାଇବ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ସମସ୍ତଙ୍କର ସହଯୋଗ ପ୍ରାପ୍ତ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ସୁଖବର, ସୁସମ୍ବାଦ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଓ ଘାତତିଥି ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ ଏବଂ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ଆୟର କିଛି ଅଂଶ ସ୍ଥାୟ ଜମା ରଖିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।  ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ ଗାୟତ୍ରୀ ।

ବିଛା: ଶ୍ରୀଚନ୍ଦ୍ର ହେତୁ ଧନ, ମାନସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ପଡ଼ୋଶୀଙ୍କ ସହ ସଦ୍‌ଭାବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ।  ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ·ଲିଚଳନ, ବ୍ୟବହାର ମାର୍ଜିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେ । ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ଅହେତୁକ ଭାବେ ବଢ଼ି·ଲିବ ଏବଂ ଆର୍ଥିକ ସଙ୍କଟ ଉପୁଜିବ । ନିଶ୍ଚିତତାକୁ ଛାଡ଼ି ଅନିଶ୍ଚିତତା ପଛରେ ପଡ଼ିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ତାରା ।

ମକର: ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ ଏବଂ ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ପ୍ରାପ୍ତିରେ ସମୟ ସହାୟକ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଧନର ସତ୍‌ ବିନିୋଗ ଓ ଉନ୍ନତିମୂଳକ କର୍ମରେ ଧନର ବିନିୋଗ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।

କୁମ୍ଭ: କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ଲାଗି ନିଜକୁ ପ୍ରସ୍ତୁତ ରଖିବେ । ସ୍ୱକର୍ମ ଓ ଗୃହକର୍ମକୁ ସଫଳତାର ସହ ସମ୍ପାଦନ କରିବେ ଏବଂ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମ ପ୍ରତି ମନରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ମନ ପ୍ରସନ୍ନ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଧନି । ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୧୧, ଆରାଧନା : ମା’ ଭୈରବୀ ।

ମୀନ: ନବମ ଚନ୍ଦ୍ର, ଦଶମୀ ତିଥି ଓ ରବିବାର ହେତୁ ଶ, ସମ୍ମାନ, ସାମାଜିକ ପ୍ରତି । ଏବଂ ପ୍ରାର୍ଚ୍ୟୁ, ପ୍ରତିପତ୍ତି ବୃଦ୍ଧି ପାଇବ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ ।  ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୫, ଆରାଧନା: ମା’ ଧୂମାବତୀ ।