PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଶୁକ୍ରବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic -internet

ମେଷ: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନୂତନ ଗୃହାରମ୍ଭ, ଭୂମିପୂଜା କିମ୍ବା ଭୂମିକ୍ରୟ କରିପାରନ୍ତି। ଉନ୍ନତିମୂଳକ କର୍ମରେ ଧନର ବିନିୋଗ କରିବେ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ। କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ-ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ବୃଷ: ଦଶମ ଚନ୍ଦ୍ର, ଶୁକ୍ରବାର ଯୋଗୁ ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିୁକ୍ତି ମିଳିପାରେ । କୌଣସି ଶୁଭକର୍ମରେ ଯୋଗଦାନ କରିପାରନ୍ତି କିମ୍ବା ନିଜର କୌଣସି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ସତ୍‌ଚିନ୍ତା, ସତ୍‌ଭାବନା   ପ୍ରକାଶ ପାଇବ  ଏବଂ ସତ୍‌କର୍ମ ପ୍ରତି ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ର୍କ୍ୟାଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: ଘାତଚନ୍ଦ୍ର ଓ ଗଣ୍ଡ ଯୋଗୁ ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା ଓ ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । କର୍ମରେ ବିଫଳତା, ସହକର୍ମୀଙ୍କ ମତଭେଦ ଏବଂ ପଦସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ପରିବାର ସହ କୌଣସି ଶୁଭର୍କ୍ୟାରେ ଯୋଗଦେବେ କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜ, ମସ୍ତିରେ କିଛି ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ଧନ ଓ ସାହ୍ୟା ସହୋଗ ପ୍ରାପ୍ତ କରିବେ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ କୌଣସି ସଭା କିମ୍ବା ସଙ୍ଗଠନର ଦାୟିତ୍ୱ ମିଳିବ। ପରୋପକାର ଓ ସମାଜସେବାରେ ଅଧିକ ଆଗ୍ରହ ରହିବ ଏବଂ ମନରେ ପ୍ରସନ୍ନତା ଓ ପରିବାରରେ ସୁଖଶାନ୍ତି ଓ ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ପଞ୍ଚମ ଚନ୍ଦ୍ର, ଶୁକ୍ରବାର ୋଗୁ ଘାତତିଥି ଓ ଘାତ ନକ୍ଷତ୍ରର ପ୍ରଭାବ କମ୍‌ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ ।  ସମସ୍ତ କ୍ଷେତ୍ରରେ ଓ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଘାତ ନକ୍ଷତ୍ର ଯୋଗୁ ଆୟ ମଧ୍ୟମ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ମାଣିକେଶ୍ୱରୀ ।

ବିଛା: ଘାତବାର ଓ ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନ ବ୍ୟବସାୟରେ ଅଧିକ କ୍ଷତି ହେବ । ମନରେ ଅସ୍ଥିରତା, ପରିବାରରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଜ୍ୟେ । ବିଛା ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଘାତବାର ଓ ଘାତତିଥି ସକାଳ ୭ଟା ୨୭ ମିନିଟ୍‌ ର୍ପ୍ୟନ୍ତ ରହୁଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ ର୍କ୍ୟାଦକ୍ଷତା ପ୍ରକାଶ ପାଇବ । ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ମା’ ତାରା ।

ମକର: ଦ୍ୱିତୀୟ ଚନ୍ଦ୍ର ଓ ସକାଳ ୭ଟା ୨୭ ମିନିଟ୍‌ ପର୍ଯ୍ୟନ୍ତ ଘାତ ତିଥି ଯୋଗୁ ସେ ସମୟ ପର୍ଯ୍ୟନ୍ତ ସାମାନ୍ୟ ଶାରୀରିକ ଅସୁସ୍ଥତା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ନାହିଁ । ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେଇପାରେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୩, ଆରାଧନା : ମା’ ଭୈରବୀ ।

କୁମ୍ଭ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କୌଣସି ଶୁଭକର୍ମରେ ଯୋଗ ଦେବେ ଏବଂ ନୂତନ ଭୂମିପୂଜା କିମ୍ବା ଗୃହାରମ୍ଭ କରିବେ । କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ଅତୁଟ ରହିବ।

ମୀନ: ଘାତବାର, ଘାତଚନ୍ଦ୍ର ଯୋଗୁ ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଏବଂ ପରିବାରରେ ଖର୍ଚ୍ଚଭାର ଅହେତୁକ ଭାବେ ବଢ଼ିବ ।  ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ଛାଡ଼ି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୨, ଆରାଧନା: ମା’ ଧୂମାବତୀ ।