PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ବୁଧବାର ଏହି ରାଶିର ଲୋକେ ଆଶାଠାରୁ ପାଇବେ ଅଧିକ ସଫଳତା, ବିଭିନ୍ନ ଉତ୍ସରୁ ହେବ ଧନପ୍ରାପ୍ତି

ମେଷ: ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ନୂତନ ଗୃହ ନିର୍ମାଣ ଓ ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଉଦ୍ୟମ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉନ୍ନତି ପରିଲକ୍ଷିତ ହେବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ସ୍କନ୍ଦ।

ବୃଷ: ନୂତନ କର୍ମାରମ୍ଭ କରିବେ କିମ୍ବା ଭୂମିପୂଜା, ଗୃହ ପ୍ରତି ଓ ଶୁଭକର୍ମ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇପାରନ୍ତି। ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ।

ମିଥୁନ: ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ଗୁରୁଜନ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପୁରାତନ ବନ୍ଧୁଙ୍କ ସହ ବିବାଦ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଗ, ତ, ଛ ସେମାନେ ସତର୍କ ହେବେ।  ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ ।

କର୍କଟ: ଘାତବାର ଅଷ୍ଟମ ଚନ୍ଦ୍ର ଓ ଅଷ୍ଟମୀ ତିଥି ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଆଳସ୍ୟତା ଭାବ ବୃଦ୍ଧି ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡୀ, କି, କୁ, କୋ ସେମାନେ ସତର୍କ ହେବେ ।  ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ: ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ସକାଳ ୭ଟା ୧୧ ମିନିଟ୍‌ ପରେ ଶତଭିଷା ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଆପଣଙ୍କର ଦକ୍ଷତା ପ୍ରତିପାଦନ ହେବ। ଭୂମିପୂଜା ଓ ଗୃହ ପ୍ରତି  କରିପାରନ୍ତି । ଏକ ବିଶିଷ୍ଟ ଯୋଗ ଯୋଗୁ ଆଜି କୌଣସି କାମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ଗଜାନନ।

କନ୍ୟା: ଷଷ୍ଠ ଚନ୍ଦ୍ର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କର୍ମରେ ଅଯଥା ବିଳମ୍ବ ଓ କିଛି ସମସ୍ୟା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ରୋଗ, ଋଣ ଓ ଶତ୍ରୁ ଏଥିରୁ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଓ ପରିବାରେ ହସଖୁସିର ପରିବେଶ ରହିବ। ଯେଉଁମାନଙ୍କର ଉତ୍ତରା ଫାଳଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ପଞ୍ଚମ ଚନ୍ଦ୍ର ଓ ସକାଳ ୭ଟା ୧୧ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମ କରିବାରେ ଶୈଳୀରେ ଉନ୍ନତି ଆସିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ ଏବଂ ସମସ୍ତ କର୍ମରେ ସ୍ନେହ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା: ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ବିବାଦ, ପରିବାରରେ ମତାନ୍ତର, ଆର୍ଥିକ ଠକାମି, ଯାନବାହନରେ ଖର୍ଚ୍ଚାନ୍ତ, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହାତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଜ୍ୟେ । ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯୋ, ଯି, ଯୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ଧନୁ: ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ, ଭୂମି କ୍ରୟ କରିପାରନ୍ତି କିମ୍ବା ନୂତନ ଗୃହ ପ୍ରତି । କିମ୍ବା ଭୂମିପୂଜା କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ନୂତନ କର୍ମାରମ୍ଭ କରିପାରନ୍ତି । ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ଧୂମାବତୀ ।

ମକର: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ ପାଇବାରେ ସମର୍ଥ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସକ୍ଷମ ହେବେ।  ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅର୍ଜିତ ଆୟର କିଛି ଅଂଶ ସଞ୍ଚୟରେ ବିନିୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ ।

କୁମ୍ଭ: ଶ୍ରୀଚନ୍ଦ୍ର, ବୁଧବାର, ସପ୍ତମୀ ତିଥି ଓ ଶତଭିଷା ନକ୍ଷତ୍ର ଗୋଟିଏ ବିଶେଷ ଯୋଗ ହେତୁ ସମସ୍ତ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଯେଉଁମାନଙ୍କର ଧନି । ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା: ମା’ ବିମଳା ।

ମୀନ: ଘାତଚନ୍ଦ୍ର, ସକାଳ ୮ଟା ପରେ ଅଷ୍ଟମୀ ତିଥି ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ମନରେ ଅସ୍ଥିରତା ଓ ବ୍ୟଗ୍ରତା ବଢ଼ି·ଲିବ ଏବଂ ସମସ୍ତ କର୍ମରେ ଅଥା ବିଳମ୍ବ ଓ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ଅନାଗ୍ରହ ଓ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ, ଚା, ଚୀ ସେମାନେ ସତର୍କ ହେବେ ।  ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।