PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଗୁରୁବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic- internet

ମେଷ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଓ ଆଗ୍ରହ ରହିବ। ଭାଇଭଉଣୀଙ୍କ ପ୍ରତି ସ୍ନେହଭାବ ଏବଂ ପରିବାର ସଦସ୍ୟଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରତି ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଓ ଧନ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା କୌଶଳ ଆପଣାଇବେ। କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ।  ଶୁଭରଙ୍ଗ : ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା ।

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହିତ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ।  ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ: ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ହେତୁ ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଅହେତୁକ ଭାବରେ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତି  ହୋଇ ଋଣ କରିବାକୁ ପଡ଼ିପାରେ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ତି, ତୁ, ତେ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ: ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଆୟରେ ଆଖିଦୃଶିଆ ଅଭିବୃଦ୍ଧି ଘଟିବ ଏବଂ ଆକସ୍ମିକ ଧନଲାଭ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା: ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ବ୍ୟତିକ୍ରମ ଓ ବିଘ୍ନ ଦେଖାଦେବ। ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ। କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ। ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପୁ, ଷ, ଣ, ଠ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ଘାତବାର, ଘାତତିଥି ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ସ୍ୱାତୀ ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରୁ, ରେ, ରୋ, ତା, ସେମାନେ ସତର୍କ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ।

ବିଛା: ଅଷ୍ଟମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ।

ଧନୁ: ସ୍ତ୍ରୀ ସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି, ଦାମ୍ପତ୍ୟ ଜୀବନ ମଧୁର ହେବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ସନ୍ତାନସନ୍ତତିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୫, ଆରାଧନା : ମା’ ତାରା ।

ମକର: ଯଶ, ସମ୍ମାନ, ସାମାଜିକ ପ୍ରତି ବୃଦ୍ଧି ପାଇବ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ: ଘାତବାର, ଘାତ ନକ୍ଷତ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ଧୈର୍ଯ୍ୟ ଶକ୍ତି ହରାଇବେ ଏବଂ ସାମାନ୍ୟ କଥାରେ ବ୍ୟତିବ୍ୟସ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ

ମୀନ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ମତାନ୍ତର, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପରିବାରରେ ମତାନ୍ତର, ମୂଲ୍ୟବାନ ପଦାର୍ଥ ନଷ୍ଟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନରେ କ୍ଷତି ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।