PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସୋମବାର ଏହି ରାଶିର ଲୋକଙ୍କ ପାଇଁ ରହିଛି ଭଲ ଦିନ, ସବୁ କାର୍ଯ୍ୟରେ ମିଳିବ ସଫଳତା

pic - internet

ମେଷ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଆର୍ଥିକ ଅବସ୍ଥାରେ ଉନ୍ନତି, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ମାଲି ମକଦ୍ଦମାରେ ବିଜୟ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଅପରାହ୍ନ ୩ଟା ୦୩ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା, ବ୍ୟବସାୟରେ ମାନ୍ଦାବାସ୍ଥା ଏବଂ କର୍ମରେ କିଛି ବାଧାବିଘ୍ନ ଦେଖାଦେବ। ଯେଉଁମାନଙ୍କର ଅଶ୍ୱିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ, ଚୋ, ଲା ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ : ତୃତୀୟ ଏବଂ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାର୍ଚ୍ୟୁ, ପ୍ରତିପତ୍ତି ବୃଦ୍ଧି ପାଇବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନାବହନ କ୍ରୟ କରିବେ ଏବଂ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁୋଗ ଜୁଟିବ। କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ।  ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ : ଘାତବାର ଏବଂ ଅପରାହ୍ନ ୩ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ଆର୍ଥିକ ସ୍ଥିତିରେ ଅବନ୍ନତି ଆସିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ। ଏ ସମୟ ପରେ ତୃତୀୟ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ କିଛି ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ହା ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । କୌଣସି ମାଙ୍ଗଳିକ କର୍ମରେ ପରିବାର ସହ ଯୋଗଦେବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ସଫଳତା ମିଳିବ । ଅପରାହ୍ନ ୩ଟା ୦୩ ମିନିଟ୍‌ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ।

ସିଂହ : ଅପରାହ୍ନ ୩ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଶ ମୁକ୍ତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ବହୁତ ଟାଳଟୁଳ ନୀତି ଅବଲମ୍ବନ କରିବେ । କର୍ମରେ ସଫଳତା ଓ ସମୟାନୁବର୍ତ୍ତିତା ରହିବ। ଏ ସମୟ ପରେ ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଯେଉଁମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର ବିଚକ୍ଷଣତା ଓ ତତ୍ପରତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ଆୟରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଏବଂ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।  ଶୁଭରଙ୍ଗ: କଫି, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା : ନବମ ଚନ୍ଦ୍ର ଅପରାହ୍ନ ୩ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପ୍ରତିବନ୍ଧକ ଆସିବ । ଏହା ପରେ ଦଶମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛି ଶୁଭଫଳ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନା, ନି, ନୁ, ନେ ସେମାନେ ସତର୍କ ହେବେ ।  ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଅପରାହ୍ନ ୩ଟା ୦୩ ମିନିଟ୍‌ ର୍ପ୍ୟନ୍ତ ଅଷ୍ଟମ ଚନ୍ଦ୍ର ଓ ପରେ ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧, ଆରାଧନା : ପ୍ରଭୁ ଗଜାନନ ।

ମକର : ଅପରାହ୍ନ ୩ଟା ୦୩ ମିନିଟ୍‌ ର୍ପ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟମ ଆୟ ଏବଂ କର୍ମରେ ମଧ୍ୟମ ଧରଣର ସଫଳତା ମିଳିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ଅବନ୍ନତି ଦେଖାଦେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଦେ, ଦୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ଷ  ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଆମୋଦ ପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ ଏବଂ ସନ୍ତାନସନ୍ତତିଙ୍କର ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନି । କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :  ଧୂସର, ସଂଖ୍ୟା : ୮, ଆରାଧନା : ମା’ ଚଣ୍ଡୀ ।

ମୀନ : ଅପରାହ୍ନ ୩ଟା ୦୩ ମିନିଟ୍‌ ର୍ପ୍ୟନ୍ତ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ ମାନ, ସମ୍ମାନ ହାନି ଘଟିବ । ଏ ସମୟ ପରେ ଷ  ଚନ୍ଦ୍ର ହେତୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛି ଶୁଭଫଳ ମିଳିବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଧ, ଟ ସମୋନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।